Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜ୍ୟରେ ନକଲି ଔଷଧ କାରବାର, କ୍ରାଇମବ୍ରାଂଚ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର(ଓଡ଼ିଶା ୱେୟାର): କଟକ ଓ ରାଉରକେଲାରୁ ବିପୁଳ ପରିମାଣର ନକଲି କରୋନା ଔଷଧ ଜବତ ହେବାପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ନକଲି ଔଷଧ କାରବାର ଘଟଣାର କ୍ରାଇମବ୍ରାଂଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। କ୍ରାଇମବ୍ରାଂଚ ରାଜ୍ୟରେ ନକଲି ଔଷଧ କାରବାର ଓ ନକଲି ଔଷଧ ଜବତ ଘଟଣାର ତଦନ୍ତ କରିବ।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏ ସମ୍ପର୍କରେ ସୂଚନା ଦେଇ କହିଛି ଯେ, ନକଲି ଔଷଧ କାରବାରର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଗତ ସପ୍ତାହରେ କଟକରୁ ବହୁ ପରିମାଣର ଫାବିପିରାଭର ବଟିକା ଜବତ ହେବାପରେ ଏହାର ଗୁଣାତ୍ମକ ମାନ ଉପରେ ପ୍ରଶ୍ନ ଉଠିଥିଲା। ଏହି ବଟିକା କରୋନା ରୋଗୀଙ୍କ ଚିକିତ୍ସା ପାଇଁ ଉପଯୋଗ ହୋଇଥାଏ। କଟକରୁ ଜବତ ହୋଇଥିବା କରୋନା ରୋଗୀଙ୍କ ପାଇଁ ଉପଯୋଗ ହେଉଥିବା ନକଲି ଫାବିପିରାଭର ବଟିକା ଘଟଣାରେ ରାଉରକେଲାର କେତେକ ମେଡିସିନ୍ ଦୋକାନ ଉପରେ ମଧ୍ୟ ଚଢ଼ାଉ ହୋଇଥିଲା। ରାଜ୍ୟ ଡ୍ରଗ୍ସ ନିୟନ୍ତ୍ରକ ଏହି ଔଷଧ ନକଲି ବୋଲି ପ୍ରମାଣ ମିଳିଥିବା ସୂଚନା ଦେଇଥିଲେ। ଓଡ଼ିଶାକୁ ପର୍ଯ୍ୟାପ୍ତ ପରିମାଣର ନକଲି ଔଷଧ ଆସିଥିବା ନେଇ ଗୁଇନ୍ଦା ସୂଚନା ମିଳିବା ପରେ ରାଜ୍ୟ ଡ୍ରଗ୍ସ କଣ୍ଟ୍ରୋଲରଙ୍କ ପକ୍ଷରୁ କଟକରେ ଚଢ଼ଉ ଜୋରଦାର ହୋଇଥିଲା।
ରାଜ୍ୟରେ ଏବେ ବିଭିନ୍ନ ସ୍ଥାନରେ ଡ୍ରଗ୍ସ କଣ୍ଟ୍ରୋଲରଙ୍କ ନେତୃତ୍ୱରେ ଔଷଧ ଦୋକାନ ଓ ଗୋଦାମ ଉପରେ ଚଢ଼ଉ ଅଭିଯାନକୁ ଜୋରଦାର କରାଯାଇଛି। କ୍ରାଇମବ୍ରାଂଚକୁ ତଦନ୍ତ ନିର୍ଦ୍ଦେଶ ଦିଆଯିବାପରେ ଡ୍ରଗ୍ସ ଇନ୍ସପେକ୍ଟରମାନଙ୍କ ସହାୟତାରେ ଏହି ତଦନ୍ତକୁ ଅଧିକ ତ୍ୱରାନ୍ୱିତ କରାଯିବ ବୋଲି ଜଣାପଡ଼ିଛି। ତେବେ କ୍ରାଇମବ୍ରାଂଚ ତଦନ୍ତ କାହା ନେତୃତ୍ୱରେ ହେବ ଓ କେଉଁ ସବୁ ଦିଗ ତଦନ୍ତ ପରିସର ମଧ୍ୟରେ ରହିବ ସେ ନେଇ କୌଣସି ବିଧିବଦ୍ଧ ବିଜ୍ଞପ୍ତି ଏପର୍ଯ୍ୟନ୍ତ ଜାରି ହୋଇନଥିବା ଜଣାପଡ଼ିଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top