Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ନୂଆବର୍ଷରେ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର(ଓଡ଼ିଶା ୱେୟାର): ଆଜି ନୂଆବର୍ଷରେ ପୁରୀ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର‌୍ୟ୍ୟାରମ୍ଭ କରିଛନ୍ତି । ସେ ମଧ୍ୟାହ୍ଣ ୧୨ଟା ପାଖାପାଖି ପୁରୀରେ ପହଞ୍ଚିବା ପରେ ତାଙ୍କୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବାଗତ କରାଯାଇଥିଲା। ଏହାପରେ ମୁଖ୍ୟମନ୍ତ୍ରୀ ମନ୍ଦିରକୁ ଯାଇ ସିଂହଦ୍ବାର ଗୁମୁଟରେ ପତିତପାବନଙ୍କୁ ଦର୍ଶନ କରିଥିଲେ। ତାଙ୍କର ଆଣ୍ଠୁରେ ଯନ୍ତ୍ରଣା ଥିବାରୁ ଶ୍ରୀମନ୍ଦିର ଗର୍ଭ ଗୃହକୁ ସେ ଯାଇପାରି ନ ଥିଲେ। ଶ୍ରୀମନ୍ଦିରରେ ପ୍ରାୟ ୧୫ ମିନିଟ୍ ଅତିବାହିତ କରିବା ପରେ ସେ ଫେରିଥିଲେ। ରାଜସ୍ବ ମନ୍ତ୍ରୀ ମହେଶ୍ବର ମହାନ୍ତି, ବ୍ରହ୍ମଗିରି ବିଧାୟକ ସଂଜୟ ଦାସବର୍ମା,ଶ୍ରୀମନ୍ଦିର ମୁଖ୍ୟପ୍ରଶାସକ ପ୍ରଦୀପ୍ତ ମହାପାତ୍ର, ପୁରୀ ଜିଲ୍ଲାପାଳ ଜ୍ୟୋତିପ୍ରକାଶ ଦାସ ଓ ଏସପି ସାର୍ଥକ ଷଡ଼ଙ୍ଗୀ ପ୍ରମୁଖ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କ ଶ୍ରୀମନ୍ଦିର ରହଣିକୁ ତଦାରଖ କରିଥିଲେ। ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଚିବାଳୟରେ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନୂଆବର୍ଷ ସମସ୍ତଙ୍କ ପାଇଁ ସୁଖ, ଶାନ୍ତି ଓ ସମୃଦ୍ଧିର ବର୍ଷ ହେଉ ଏହା ଶ୍ରୀଜିଉଙ୍କ ପାଖରେ କାମନା କରିଛନ୍ତି । ଜଗନ୍ନାଥଙ୍କ ନିକଟରେ ରାଜ୍ୟବାସୀଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ ହେଉ ବୋଲି ପ୍ରାର୍ଥନା କରିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top