Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ବଙ୍ଗୋପସାଗରରେ ଲଘୁଚାପ, ଜିଲ୍ଲାପାଳଙ୍କୁ ଆଲର୍ଟ ଜାରି

ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବାର ଆଶଙ୍କାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।ଏହାସହିତ ଧାନ ଫସଲ ଯେଭଳି ନଷ୍ଟ ନହେବ ସେଥିପାଇଁ ମଧ୍ୟ ପରାମର୍ଶନାମା ଜାରି ହୋଇଛି।
ଭୁବନେଶ୍ୱର ଆଂଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଜାରି ସତର୍କ ସୂଚନା ଅନୁସାରେ, ପଶ୍ଚିମ କେନ୍ଦ୍ର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ କ୍ରମାଗତ ୩ଦିନ ଧରି ଗଞ୍ଜାମ,ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତାକାଲି ଲଘୁଚାପର ରୂପ ନେବାର ପୂର୍ବାନୁମାନ କରାଯାଇଛି।ଏହାର ପ୍ରଭାବରେ ଆଜି ରାତିଠୁ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଉପକୂଳ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବ।ସମ୍ଭାବ୍ୟ ବର୍ଷା ସ୍ଥିତିର ମୁକାବିଲା କରିବା ପାଇଁ ପ୍ରଶାସନକୁ ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ୍ କମିଶନର ନର୍ଦ୍ଦେଶ ଦେଇଛନ୍ତି।
ଅନ୍ୟପକ୍ଷରେ କୃଷି ବିଭାଗ କହିଛି ଯେ, ଆଇଏମଡିର ସୂଚନା ଅନୁସାରେ ରାଜ୍ୟରେ ବର୍ଷା-ପବନ ଅଧିକ ହେବାର ସମ୍ଭାବନା ନାହିଁ।ତେଣୁ ଧାନଚାଷ ବିଶେଷ କ୍ଷତିଗ୍ରସ୍ତ ହେବ ନାହିଁ।ବର୍ଷା ପରେ ପୋକ ପ୍ରାଦୁର୍ଭାବକୁ ନେଇ ଆଶଙ୍କା ରହିଛି।ଏମିତି ବର୍ଷା ହେବାପରେ ଖରା ହେଲେ ଚକଡ଼ା ପୋକ ମାତିବାର ଯଥେଷ୍ଟ ସମ୍ଭାବନା ଅଛି।ତେଣୁ ଏସବୁକୁ ଦୃଷ୍ଟିରେ ରଖି ଚାଷୀଙ୍କ ପାଇଁ ଓୟୁଏଟି ପକ୍ଷରୁ ପରାମର୍ଶନାମା ଜାରି ହୋଇଛି।ଧାନକେଣ୍ଡା ଯେଭଳି ପ୍ରଭାବିତ ନହେବ ସେଥିପାଇଁ ଲୁଣପାଣି ସିଂଚନ ସହ ଆବଶ୍ୟକସ୍ଥଳେ କୀଟନାଶକ ପ୍ରୟୋଗ ଲାଗି ପରାମର୍ଶ ଦିଆଯାଇଛି।ପାଚି ଯାଇଥିବା ଧାନକୁ କାଟି ସୁରକ୍ଷିତ ସ୍ଥାନରେ ରଖିବା ସହ ଧାନ ଜମିରୁ ପାଣି ନିଷ୍କାସନ ପାଇଁ କରନାଳୀ ବ୍ୟବସ୍ଥା କରିବାକୁ ଗାଇଡଲାଇନ ଜାରି ହୋଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top