Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କଂଗ୍ରେସ୍ ଜାରି କଲା ନିର୍ବାଚନୀ ଇସ୍ତାହାର, ୫ ନ୍ୟାୟ ସହିତ ଦେଲା ୨୫ ଗ୍ୟାରେଣ୍ଟି

ନୂଆଦିଲ୍ଲୀ: କଂଗ୍ରେସ ଜାରି କଲା ନିର୍ବାଚନୀ ଇସ୍ତାହାର। ଲୋକସଭା ନିର୍ବାଚନ ପାଇଁ ଶୁକ୍ରବାର ଦିନ ଘୋଷଣା ପତ୍ର ଜାରି କରିଛି କଂଗ୍ରେସ। ନ୍ୟାୟ ପତ୍ର ନାଁରେ ଘୋଷଣା ପତ୍ର ଜାରି କରାଯାଇଛି। କଂଗ୍ରେସ ଏହାର ମନିଫେଷ୍ଟୋରେ ଅନେକ ପ୍ରକାରର ଗ୍ୟାରେଣ୍ଟି ଅନ୍ତର୍ଭୁକ୍ତ କରିଛି। ୫ ନ୍ୟାୟ ଓ ୨୫ ଗ୍ୟାରେଣ୍ଟି ରହିଛି ଏହି ନିର୍ବାଚନୀ ଇସ୍ତାହାରରେ। କଂଗ୍ରେସ ମୁଖ୍ୟାଳୟରେ ଦଳର ସଭାପତି ମଲ୍ଲିକାର୍ଜୁନ ଖଡଗେ ଏବଂ ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ ଏହି ଇସ୍ତାହାର ଜାରି କରିଛନ୍ତି। ଏହା ପରେ ଜୟପୁର ଏବଂ ହାଇଦ୍ରାବାଦରେ ସାଧାରଣ ସଭା ଆୟୋଜନ କରାଯିବ ଯେଉଁଥିରେ ଦଳର ବରିଷ୍ଠ ନେତାମାନେ ଅଂଶଗ୍ରହଣ କରିବେ।

ଇସ୍ତାହାରରେ ପାଞ୍ଚଟି ନ୍ୟାୟ ଉପରେ ଗୁରୁତ୍ବ ଦିଆଯାଇଛି । ସେଗୁଡିକ ହେଲା ଯୁବ ନ୍ୟାୟ, ନାରୀ ନ୍ୟାୟ, କିଷାନ ନ୍ୟାୟ, ଶ୍ରମିକ ନ୍ୟାୟ ଓ ଭାଗୀଦାରୀ ନ୍ୟାୟ । ନୂଆଦିଲ୍ଲୀ କଂଗ୍ରେସ ମୁଖ୍ୟାଳୟରେ ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ, କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ, ସାଧାରଣ ସମ୍ପାଦକ ରାହୁଲ ଗାନ୍ଧୀଙ୍କ ଉପସ୍ଥିତିରେ ଘୋଷଣା ପତ୍ର ଜାରି କରାଯାଇଛି। ଏହି ସମୟରେ କଂଗ୍ରେସ ନେତା ପି ଚିଦାମ୍ବରମ୍ ମଧ୍ୟ ଉପସ୍ଥିତ ଥିଲେ। ଯୁବକଙ୍କୁ ଚାକିରି ଗ୍ୟାରେଣ୍ଟି ଓ ଗରିବ ମହିଳାଙ୍କୁ ବାର୍ଷିକ ୧ ଲକ୍ଷ ଟଙ୍କାର ସହାୟତା ପ୍ରଦାନ ଭଳି ଗ୍ୟାରେଣ୍ଟି ଦେଇଛି କଂଗ୍ରେସ। କୃଷକଙ୍କ ଋଣ ଛାଡ଼ କରାଯିବା ସହ ରୋଜଗାର ଓ ଟ୍ୟାକ୍ସ ସୁଧାର ଉପରେ ଗୁରୁତ୍ବ ଦିଆଯାଇଛି।

ଜାତି ଜନଗଣନା ପ୍ରତିଶ୍ରୁତି, ଓପିଏସ ପ୍ରତିଶ୍ରୁତି, ୩୦ ଲକ୍ଷ ସରକାରୀ ଚାକିରି, ଗରିବ ମହିଳାଙ୍କୁ ଲକ୍ଷେ ଟଙ୍କା ସହ ୪୫୦ ଟଙ୍କାରେ ରୋଷେଇ ସିଲିଣ୍ଡର ଯୋଗାଇ ଦେବାକୁ ଗ୍ୟାରେଣ୍ଟି ଦେଇଛି କଂଗ୍ରେସ । ଚାକିରିରେ ୫୦ ପ୍ରତିଶତ ମହିଳା ସଂରକ୍ଷଣ ପାଇଁ ମଧ୍ୟ ଘୋଷଣା କରାଯାଇଛି। ଏହା ସହିତ କୃଷକମାନଙ୍କ ପାଇଁ ସ୍ୱାମୀନାଥନ ଫର୍ମୁଲା ସହିତ ଏମଏସପି ର ଆଇନଗତ ଗ୍ୟାରେଣ୍ଟି, ଶ୍ରମିକମାନଙ୍କ ପାଇଁ ୨୫ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟସେବା ଗ୍ୟାରେଣ୍ଟି, ମାଗଣା ଚିକିତ୍ସା, ହସ୍ପିଟାଲ, ଡାକ୍ତର, ଔଷଧ, ଅସ୍ତ୍ରୋପଚାର ପାଇଁ ଗ୍ୟାରେଣ୍ଟି ଘୋଷଣା କରାଯାଇଛି। ଆହୁରି ମଧ୍ୟ ଯେଉଁମାନଙ୍କର ଜମି ନାହିଁ ସେମାନଙ୍କୁ ଜମି ଦେବା ପାଇଁ ମଧ୍ୟ ପ୍ରତିଶୃତି ଦିଆଯାଇଛି।

କଂଗ୍ରେସର ମହିଳା ନ୍ୟାୟ ‘ଗ୍ୟାରେଣ୍ଟି’

  • ଗରିବ ପରିବାରର ଜଣେ ମହିଳାଙ୍କୁ ପ୍ରତିବର୍ଷ ୧ ଲକ୍ଷ ଟଙ୍କା
  • କେନ୍ଦ୍ର ସରକାରଙ୍କ ନୂଆ ଚାକିରିରେ ୫୦ ପ୍ରତିଶତ ମହିଳା ସଂରକ୍ଷଣ
  • ଆଶା, ମଧ୍ୟାହ୍ନ ଭୋଜନ, ଅଙ୍ଗନୱାଡି କର୍ମୀଙ୍କୁ ଅଧିକ ଦରମା
  • କାର୍ଯ୍ୟରତ ମହିଳାମାନଙ୍କ ପାଇଁ ଅଧିକ ହଷ୍ଟେଲ

କଂଗ୍ରେସର କୃଷକ ନ୍ୟାୟ ‘ଗ୍ୟାରେଣ୍ଟି’

  • ସ୍ୱାମୀନାଥନ ଫର୍ମୁଲା ସହିତ MSP ର ଆଇନଗତ ଗ୍ୟାରେଣ୍ଟି
  • ଋଣ ଛାଡ ଯୋଜନା କାର୍ଯ୍ୟକାରୀ କରିବାକୁ ବନିବ ଆୟୋଗ
  • ଫସଲ ନଷ୍ଟ ହେଲେ ୩୦ ଦିନ ମଧ୍ୟରେ ଟଙ୍କା ଟ୍ରାନ୍ସଫର
  • କୃଷକଙ୍କ ସହ ପରାମର୍ଶ ପରେ ନୂତନ ଆମଦାନୀ-ରପ୍ତାନି ନୀତି
  • ଚାଷ ପାଇଁ ଅତ୍ୟାବଶ୍ୟକ ସମସ୍ତ ଜିନିଷରୁ ଜିଏସଟି ହଟିବ

କଂଗ୍ରେସର ଶ୍ରମ ନ୍ୟାୟ ‘ଗ୍ୟାରେଣ୍ଟି’

  • ଦୈନିକ ମଜୁରୀ ୪୦୦ ଟଙ୍କା, MNREGA ମଧ୍ୟ ଅନ୍ତର୍ଭୁକ୍ତ
  • ୨୫ଲକ୍ଷ ଟଙ୍କାର ହେଲ୍ଥ୍ କଭର
  • ସହର ପାଇଁ MNREGA ଭଳି ନୂତନ ନୀତି
  • ଅସଂଗଠିତ ଶ୍ରମିକଙ୍କ ପାଇଁ ଜୀବନ ଏବଂ ଦୁର୍ଘଟଣା ବୀମା

କଂଗ୍ରେସର ‘ଭାଗୀଦାରୀ’ ଗ୍ୟାରେଣ୍ଟି

  • ସାମ୍ବିଧାନିକ ସଂଶୋଧନ ମାଧ୍ୟମରେ ୫୦ ପ୍ରତିଶତ ସୀମା ହଟାଯିବ
  • SC / ST / OBC କୁ ପୂର୍ଣ୍ଣ ଅଧିକାର
  • ଯେତେ SC / ST ଜନସଂଖ୍ୟା, ସେତେ ବଜେଟ୍
  • ଜଙ୍ଗଲ ଅଧିକାର ଆଇନ ଅନ୍ତର୍ଗତରେ ଆସୁଥିବା ଜମି ପଟ୍ଟା ଉପରେ ୧ ବର୍ଷ ମଧ୍ୟରେ ନିଷ୍ପତ୍ତି
Click to comment

Leave a Reply

Your email address will not be published. Required fields are marked *

Most Popular

To Top