କଂଗ୍ରେସର ଆସିଲା ପ୍ରଥମ ପ୍ରାର୍ଥୀ ତାଲିକା । ଓଡିଶାରେ ୪୯ ଟି ବିଧାନସଭା କ୍ଷେତ୍ର ଓ ୮ ଟି ଲୋକସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ୍ । ବଲାଙ୍ଗିର ଲୋକସଭା ପ୍ରାର୍ଥୀ ହୋଇଛନ୍ତି ଅଭିନେତା ମନୋଜ ମିଶ୍ର। ଆଉ ବିଜୟ ପଟ୍ଟନାୟକ ପାରଳାଖେମୁଣ୍ଡିରୁ ବିଧାନସଭା ପ୍ରାର୍ଥୀ ହୋଇଛନ୍ତି।
କଂଗ୍ରେସ ଲୋକସଭା ପ୍ରାର୍ଥୀ ତାଲିକା: ବରଗଡ଼ରୁ ସଂଜୟ ଭୋଇ, ସୁନ୍ଦରଗଡ଼ରୁ ଜନାର୍ଦ୍ଦନ ଦେହୁରୀ, ବଲାଙ୍ଗିରରୁ ମନୋଜ ମିଶ୍ର, ଳାହାଣ୍ଡିରୁ ଦ୍ରୌପଦୀ ମାଝୀ, ନବରଙ୍ଗପୁରରୁ ଭୁଜବଳ ମାଝୀ, କନ୍ଧମାଳରୁ ଅମିର ଚାନ୍ଦ ନାୟକ ଓ ବ୍ରହ୍ମପୁରରୁ ରଶ୍ମିରଂଜନ ପଟ୍ଟନାୟକ ଓ କୋରାପୁଟରୁ ସପ୍ତଗିରି ଉଲାକା ସାଂସଦ ପ୍ରାର୍ଥୀ ହୋଇଛନ୍ତି।
କଂଗ୍ରେସ ବିଧାନସଭା ପ୍ରାର୍ଥୀ ତାଲିକା: ନୂଆପଡ଼ାରୁ ଲଢ଼ିବେ ପିସିସି ସଭାପତି ଶରତ ପଟ୍ଟନାୟକ। ପଦ୍ମପୁରରୁ ଟଙ୍କଧର ସାହୁ, ବିଜେପୁରରୁ କିଶୋର ଦଫାଦାର, ବରଗଡ଼ରୁ ନିପନ ଦାସ, ଭଟଲୀରୁ ବ୍ରହ୍ମା ମହାକୁଡ଼, ବ୍ରଜରାଜନଗରରୁ କିଶୋର ପଟେଲ, ତଳସରାରୁ ପ୍ରବୋଧ ତିର୍କୀ, ସୁନ୍ଦରଗଡ଼ରୁ ସୁଧାରାଣୀ ରାଉଡ଼ିଆ, ରଘୁନାଥପାଲୀରୁ ଗୋପାଳ ଦାସ, ରାଉରକେଲାରୁ ବୀରେନ୍ଦ୍ର ନାଥ ପଟ୍ଟନାୟକ, ରାଜଗାଙ୍ଗପୁରରୁ ରାଜନ ଏକ୍କା, ଲୋଇସିଂହାରୁ ଓମ୍ ପ୍ରକାଶ କୁମ୍ଭାର, ପାଟଣାଗଡ଼ରୁ ଅନୀଲ ମେହେର, ବଲାଙ୍ଗିରରୁ ସମରେନ୍ଦ୍ର ମିଶ୍ର, କଣ୍ଟାବାଂଜିରୁ ସନ୍ତୋଷ ସିଂ ସାଲୁଜା, ଉମରକୋଟରୁ ସନରାଜ ଗଣ୍ଡ, ଝରିଗାଁରୁ ହାରାବତୀ ଗଣ୍ଡ, ନବରଙ୍ଗପୁରରୁ ଦିଲୀପ ପ୍ରଧାନୀ, ଡାବୁଗାଁରୁ ଲିପିକା ମାଝୀ, ଲାଞ୍ଜିଗଡ଼ରୁ ବଳଭଦ୍ର ମାଝୀ, ଜୁନାଗଡ଼ରୁ ତୁଳେଶ୍ୱର ନାଏକ, ଧର୍ମଗଡ଼ରୁ ରଶ୍ମୀରେଖା ରାଉତ, ଭବାନୀପାଟଣାରୁ ସାଗର ଦାସ, ନର୍ଲାରୁ ଭକ୍ତ ଚରଣ ଦାସ, ବାଲିଗୁଡ଼ାରୁ ସୁରଦ ପ୍ରଧାନ, ଜି.ଉଦୟଗିରିରୁ ପ୍ରଫୁଲ୍ଲ ପ୍ରଧାନ, ଫୁଲବାଣୀରୁ ପ୍ରତିଭା କହଁର, କଣ୍ଟାମାଳରୁ ମନୋଜ ଆଚାର୍ଯ୍ୟ, ବୌଦ୍ଧରୁ ନବ ମିଶ୍ର, ଭଂଜନଗରରୁ ପ୍ରଶାନ୍ତ ବିଷୋୟୀ, ପୋଲସରାରୁ ଅଗସ୍ତୀ ବରଦା, କବିସୂର୍ଯ୍ୟନଗରରୁ ଚିରଂଜୀବ ବିଷୋୟୀ, ସୋରଡ଼ାରୁ ହରିକ୍ରିଷ୍ଣା ରଥ, ସାନଖେମୁଣ୍ଡିରୁ ରମେଶ ଜେନା, ଚିକିଟିରୁ ରବୀନ୍ଦ୍ର ଦ୍ୟାନସାମନ୍ତରାୟ, ମୋହନାରୁ ଦାଶରଥୀ ଗମାଙ୍ଗ ଓ ପାରଳାଖେମୁଣ୍ଡିରୁ ବିଜୟ ପଟ୍ଟନାୟକ ପ୍ରାର୍ଥୀ ହୋଇଛନ୍ତି।


