Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

ଆସନ୍ତାକାଲି ଭାରତ ବନ୍ଦ

  • ବିଧାନସଭା ଯିବେନି କଂଗ୍ରେସ ବିଧାୟକ

  • ବନ୍ଦକୁ ସମର୍ଥନ କରିବନି ବିଜେଡି

ଭୁବନେଶ୍ୱର: ତୈଳଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ଭାରତ ବନ୍ଦ ଓ ବାମଦଳର ହରତାଳର ପ୍ରଭାବ ରାଜ୍ୟରେ ଅନୁଭୂତ ହେବ । ବନ୍ଦ ଡାକରାକୁ ସଫଳ କରିବା ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଥିବାବେଳେ ଅଟୋ ଓ ଚାରିଚକିଆ ଯାନବାହନ ଚଳାଚଳ ବନ୍ଦ ରହିବ ବୋଲି ଜଣାପଡ଼ିଛି ।

ବନ୍ଦକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ସୁରକ୍ଷା ଦୃଷ୍ଟିରୁ ରାଜ୍ୟ ସରକାର ଆସନ୍ତାକାଲି ସ୍କୁଲ ଓ କଲେଜକୁ ଛୁଟି ଘୋଷଣା କରିଛନ୍ତି । ଏହା ସହିତ ସମସ୍ତ ସରକାରୀ କର୍ମଚାରୀମାନଙ୍କୁ ସକାଳ ସାଢ଼େ ୯ଟା ସୁଦ୍ଧା ଅଫିସରେ ପହଂଚିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।
କଂଗ୍ରେସ ପକ୍ଷରୁ ଆଜି ବନ୍ଦ ପାଇଁ ଏକ ପ୍ରସ୍ତୁତି ବୈଠକ ପିସିସି ମୁଖ୍ୟାଳୟରେ ଅନୁଷ୍ଠିତ ହୋଇଛି । ବୈଠକ ପରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି ଯେ, ତୈଳଦର ବୃଦ୍ଧି ପ୍ରତିବାଦରେ ଆସନ୍ତାକାଲି ହେବାକୁ ଥିବା ବନ୍ଦକୁ ସଫଳ କରିବା ପାଇଁ ସବୁ ବର୍ଗର ଲୋକଙ୍କୁ ଅନୁରୋଧ କରାଯାଇଛି ।
ଆସନ୍ତାକାଲି ଦଳର ବିଧାୟକମାନେ ବିଧାନସଭା ଯିବେନି । ବିଜେଡିର ତୈଳଦର ଆନ୍ଦୋଳନ ପାଇଁ ବିଧାନସଭା ମୁଲତବୀ କରାଗଲା । ତେଣୁ କଂଗ୍ରେସର ତୈଳଦର ବୃଦ୍ଧି ଡାକରା ପାଇଁ ବିଧାନସଭାକୁ ଅତ୍ୟନ୍ତପକ୍ଷେ ଅପରାହ୍ନ ୩ଟା ପର୍ଯ୍ୟନ୍ତ ମୁଲତବୀ କରାଯିବା ଉଚିତ୍ । ତେବେ ଏ ନିଷ୍ପତି ବାଚସ୍ପତି ନେବେ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି । ବନ୍ଦକୁ ଶାନ୍ତିପୂର୍ଣ୍ଣ ଭାବେ ପାଳନ କରାଯିବ ଓ ଅତ୍ୟାବଶ୍ୟକ ସେବାକୁ ବନ୍ଦରୁ ବାଦ ଦିଆଯାଇଛି ବୋଲି ସେ କହିଛନ୍ତି । ଅପରପକ୍ଷରେ କଂଗ୍ରେସର ବନ୍ଦ ଡାକରାକୁ ବିଜେଡି ସମର୍ଥନ କରୁନାହିଁ ବୋଲି ସ୍ପଷ୍ଟ କରିଛି।
ସୂଚନାଯୋଗ୍ୟ କଂଗ୍ରେସ ପକ୍ଷରୁ ଆସନ୍ତାକାଲି ସକାଳ ୬ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଦେଶବ୍ୟାପୀ ବନ୍ଦ ଡାକରା ଦିଆଯାଇଛି ଓ ବାମଦଳ ମଧ୍ୟ ଆସନ୍ତାକାଲି ଦେଶବ୍ୟାପୀ ହରତାଳ ପାଳନ କରୁଛି ।
Click to comment

Leave a Reply

Your email address will not be published. Required fields are marked *

Most Popular

To Top