Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଦେଶରେ ଧୀରେଧୀରେ ପୁଣି ବଢ଼ିଲା କରୋନା ସଂକ୍ରମଣ

ନୂଆଦିଲ୍ଲୀ: କ୍ରମାଗତ ଭାବେ ହ୍ରାସ ପାଉଥିବା ଦେଶର ଦୈନିକ ଏବେ ପୁଣିଥରେ ବଢ଼ିବା ଆରମ୍ଭ ହୋଇଛି। ବୁଧବାର ଭଳି ଆଜି ମଧ୍ୟ କରୋନାର ସଂକ୍ରମଣ ଗ୍ରାଫ ଉପର ମୁହାଁ ହୋଇଯାଇଛି। ଗତକାଲି ତୁଳନାରେ ଦୈନିକ ସଂକ୍ରମଣ ପ୍ରାୟ ୫ ହଜାର ବୃଦ୍ଧି ଘଟିବାରୁ ଲୋକଙ୍କ ମନରେ ପୁଣିଥରେ ଆଶା ଆଶଙ୍କା ସୃଷ୍ଟି ହୋଇଛି

ତେବେ ଦୈନିକ ମୃତ୍ୟୁ ସଂଖ୍ୟା ସାମାନ୍ୟ ହ୍ରାସ ପାଇବା ସମସ୍ତଙ୍କୁ ଆଶ୍ୱସ୍ତ କରିଛି। ଦୀର୍ଘ ଦିନ ପରେ ଦୈନିକ ମୃତ୍ୟୁସଂଖ୍ୟା ୨୫ ଶହ ତଳକୁ ଖସିଛି। ୨୪ ଘଣ୍ଟାରେ ୬୭ ହଜାରରୁ ଅଧିକ ଲୋକଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିବା ବେଳେ ୨୩୩୦ ଜଣଙ୍କ ଜୀବନ ନେଇଛି କିଲର କରୋନା। ଗତକାଲି ଦୈନିକ ସଂକ୍ରମଣ ୬୨ ହଜାର ରହିଥିଲା।

ତେବେ ଆକ୍ଟିଭ କେସ୍‌ ସଂଖ୍ୟା ପୂର୍ବଭଳି କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି। ଆଜି ୭୧ ଦିନ ମଧ୍ୟରେ ସବୁଠାରୁ କମ ଆକ୍ଟିଭ କେସ୍‌ ରହିଥିବା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଗୋଟିଏ ଦିନରେ ଆଉ ୬୭,୨୦୮ ଜଣଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ଗତକାଲି ଏହି ସଂଖ୍ୟା ୬୨, ୨୨୪ ରହିଥିଲା। ଏହାର ପୂର୍ବଦିନ ୬୦,୪୭୧ ସଂକ୍ରମିତଙ୍କ ଚିହ୍ନଟ ହୋଇଥିଲେ। ଏହାର ଅର୍ଥ ଦୁଇ ଦିନ ହେଲା ଦେଶରେ ଧୀରେଧୀରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି।
ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୭,୦୦,୩୧୩କୁ ବୃଦ୍ଧି ପାଇଛି। ୨୪ ଘଣ୍ଟା ମଧ୍ୟରେ ୧୯, ୩୧,୨୪୯ଟି ନମୁନା ପରୀକ୍ଷା କରାଯାଇଛି।

ସେହିପରି ମହାମାରୀ କରୋନା ଦେଶରେ ଆଉ ୨୩୩୦ ଜଣଙ୍କ ଜୀବନ ନେଇଛି। ଗତକାଲି ଏହା ୨୫୪୨ ରହିଥିଲା। ସେହିପରି ଗୋଟିଏ ଦିନ ପୂର୍ବରୁ କିଲର କରୋନାରେ ଆକ୍ରାନ୍ତ ହୋଇ ୨୭୨୬ ଜଣ ପ୍ରାଣ ହରାଇଥିଲେ। ନୂଆ ମୃତକଙ୍କୁ ମିଶାଇ ଦେଶରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୩,୮୧,୯୦୩ରେ ପହଞ୍ଚି ଯାଇଛି।

ଦିନକରେ ୧,୦୩,୫୭୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଫଳରେ ଦେଶରେ ଏଯାଏ ମୋଟ ୨,୮୪,୯୧,୬୭୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ଆକ୍ଟିଭ କେସ୍‌ ସଂଖ୍ୟା ୮,୨୬,୭୪୦ ରହିଛି। ଗତକାଲି ତୁଳନାରେ ଆକ୍ଟିଭ କେସ୍‌ ସଂଖ୍ୟା ଆଜି ୩୮,୬୯୨ ହ୍ରାସ ପାଇଛି। ଏପ୍ରିଲ ୭ ପରେ ଦେଶରେ ଆକ୍ଟିଭ କେସ୍‌ ସଂଖ୍ୟା ଏପରି ସ୍ତରକୁ ଖସିଛି। ଦେଶରେ ଆରୋଗ୍ୟ ହାର ୯୫.୯୩% ଥିବା ବେଳେ ପଜିଟିଭିଟି ରେଟ୍‌ ୩.୪୮% ରହିଛି। ସେହିପରି ସାପ୍ତାହିକ ପଜିଟିଭିଟି ରେଟ୍‌ ପୂର୍ବଭଳି ୩.୯୯% ରହିଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top