Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଭବାନୀପାଟଣାରେ ମୁଖ୍ୟମନ୍ତ୍ରୀଙ୍କ ସ୍ମାର୍ଟ କାର୍ଡ ବଣ୍ଟନ

କଳାହାଣ୍ଡି,(ଓଡ଼ିଶା ୱେୟାର): ମିଶନ ସ୍ମାର୍ଟ କଳାହାଣ୍ଡି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଜିଲ୍ଲା ଗସ୍ତ କରି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଜିଲ୍ଲାର ୪ଲକ୍ଷ ୩ହଜାର ୫୯୮ ଜଣ ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଭବାନୀପାଟଣା କୃଷି ମହାବିଦ୍ୟାଳୟଠାରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ଜିଲ୍ଲାରେ ୮୫୯ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନର କରିଛନ୍ତି ନବୀନ। ନବୀନଙ୍କ ଗସ୍ତ ପାଇଁ ଭବାନୀପାଟଣାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିଲା।
ତେବେ ସୂଚନା ଥାଉକି, ପର୍ଯ୍ୟାୟକ୍ରମେ ନଭେମ୍ବର ସୁଦ୍ଧା ସବୁ ଜିଲ୍ଲାରେ ହିତାଧିକାରୀଙ୍କୁ କାର୍ଡ ବଣ୍ଟନ କରାଯିବ । ଯୋଜନା ଅଧିକ ସ୍ମାର୍ଟ ହେବା ସହ ଆସିବ ନୂଆ ମାନଦଣ୍ଡ। ବର୍ତ୍ତମାନ ସମସ୍ତ ବିଜୁ କୃଷକ କଲ୍ୟାଣ କାର୍ଡଧାରୀ, ଅନ୍ତୋଦେୟଅନ୍ନ ଯୋଜନା କାର୍ଡଧାରୀ ବିଜୁ ସ୍ୱାସ୍ଥ୍ୟକଲ୍ୟାଣ ଯୋଜନା ହିତାଧିକାରୀ ଥିଲେ। ଉପକୃତ ହେଉଥିଲେ ୭୧ ଲକ୍ଷ ୬୯ ହଜାର ୬୭୨ ପରିବାର। ନୂଆମାଦଣ୍ଡରେ ସମସ୍ତ ଜାତୀୟ ଖାଦ୍ୟ ସୁରକ୍ଷା ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଆଇନରେ ଅନ୍ତର୍ଭୁକ୍ତ ହିତାଧିକାରୀଙ୍କୁ ଦିଆଯିବ BSKY ସ୍ମାର୍ଟ ହେଲ୍ଥ କାର୍ଡ। ଫଳରେ ଅଧିକ ୨୦ ଲକ୍ଷ ୮୦ ହଜାର ୩୨୮ ହିତାଧିକାରୀ ଉପକୃତ ହେବେ। ଅର୍ଥାତ ପ୍ରାୟ ୯୨ ଲକ୍ଷ ୫୦ ହଜାର ପରିବାରଙ୍କୁ ମିଳିବ ଏହି ସ୍ମାର୍ଟ କାର୍ଡ ସୁବିଧା ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top