Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଗାଡ଼ି ଚଢ଼େଇ ଦେବା ମାମଲା: ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ପରେ ଗିରଫ ହେଲେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

ଭୁବନେଶ୍ୱର, (ଓଡ଼ିଶା ୱେୟାର) : ଗିରଫ ହେଲେ ଚଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହେବା ପରେ ପୋଲିସ୍‌ ତାଙ୍କୁ ଗିରଫ କରିଛି । ତାଙ୍କୁ ଲୋକଙ୍କ ଉପରେ ଗାଡ଼ି ଚଢ଼େଇ ଦେବା ମାମଲାରେ ପୋଲିସ୍‌ ଗିରଫ କରିଛି । ପ୍ରଶାନ୍ତଙ୍କୁ ଏବେ ଭୁବନେଶ୍ୱର କୋର୍ଟରେ ହାଜର କରିବ ପୋଲିସ୍‌ । ତେବେ ତାଙ୍କ ଗିରଫ ନେଇ କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ସୂଚନା ଦେଇଛନ୍ତି ।

ସୂଚନା ଥାଉକି, ବାଣପୁର ବ୍ଲକ ସମ୍ମୁଖରେ ୧୨ ତାରିଖ ସକାଳେ ଏଭଳି କିଛି ଘଟଣା ଘଟିଥିଲା । ୨୦ଜଣରୁ ଅଧିକ ଲୋକଙ୍କ ଉପରେ ଗାଡି ଚଢାଇ ଦେଇଥିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଏଥିରୁ ବାଦ୍‌ ପଡିଲେନି ଥାନାଅଧିକାରୀ କି ସାଧାରଣଲୋକ । ପରିସ୍ଥିତି ଏପରି ହେଲା କି ସାଧାରଣ ଲୋକଙ୍କ ଆକ୍ରୋଶର ଶିକାର ହେଲେ ବାହୁବଳୀ ବିଧାୟକ । ଉତ୍ତ୍ୟକ୍ତ ଲୋକେ ବିଧାୟକଙ୍କୁ ନିର୍ଘାତିଆ ଛେଚିଲେ, ଦାମୀ କାର୍‌କୁ ଭାଙ୍ଗିରୁଜି ଚୁର୍‌ମାର କରିଦେଲେ । ଗୁରୁତର ଅବସ୍ଥାରେ ବିଧାୟକଙ୍କୁ ଉଦ୍ଧାର କରି ବାଣପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ସ୍ଵାସ୍ଥ୍ୟବସ୍ଥା ଗୁରୁତର ହେବାରୁ ପ୍ରଶାନ୍ତଙ୍କୁ ଭୁବନେଶ୍ଵର ସ୍ଥିତ ଏକ ଘରୋଇ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଆଇଜି ନରସିଂହ ଭୋଳ ବାଣପୁର ଯାଇ ଘଟଣାର ଅନୁଧ୍ୟାନ କରିଥିଲେ। ଘଟଣାରେ ୨୩ ଜଣ ଆହତ ହୋଇଥିଲେ।

ଏହି ଘଟଣାକୁ ନେଇ ବିଭିନ୍ନ ମହଲରୁ ନିନ୍ଦା ପ୍ରକାଶ ପାଇଥିଲା । ବିଜେଡି, ବିଜେପି ଏବଂ କଂଗ୍ରେସ ଏହି ଘଟଣାକୁ ଘୋର ନିନ୍ଦା କରିଥିଲେ । ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ପାଇଁ ସାଧାରଣରେ ଦାବି ହୋଇଥିବା ବେଳେ ଆଜି ତାଙ୍କୁ ଗିରଫ କରାଯାଇଛି । ଜଣେ ଜନ ପ୍ରତିନିଧି ହୋଇ ଏପରି କେମିତି କଲେ, ତାକୁ ନେଇ ସାଧାରଣରେ ପ୍ରଶ୍ନ ଉଠିଥିଲା। ଖବର ଅନୁଯାୟୀ, ଅଧ୍ୟକ୍ଷ ନିର୍ବାଚନ ଲାଗି ବାଣପୁର ବ୍ଲକ ସମ୍ମୁଖରେ ଭିଡ ଜମିଥିଲା । ଠିକ୍‌ ଏହି ସମୟରେ ବିଧାୟକଙ୍କ ଗାଡି ଭିଡ ଭିତରକୁ ମାଡିଯାଇଥିଲା । ଯେଉଁଥିରେ ୨୩ ଜଣ ଲୋକ ଆହତ ହୋଇଛନ୍ତି । ଆହତ ବ୍ୟକ୍ତିଙ୍କ ମଧ୍ୟରେ କିଛି ପୋଲିସ କର୍ମୀ, ମହିଳା, ସାମ୍ବାଦିକ ଥିବା ଜଣାପଡିଛି । ଏପିରିକି ଜଣେ ପୋଲିସ କର୍ମୀଙ୍କ ଗୋଡ ଓ ହାତ ଭାଙ୍ଗିଯାଇଥିବାର ଖବର ରହିଛି । ସମସ୍ତଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି। ସେଠାରୁ ୩ଜଣଙ୍କୁ ଭୁବନେଶ୍ୱର ଏମ୍‌ସ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।

ସେପଟେ ଏପରି ଘଟଣା ପରେ ଆକ୍ରୋଶର ଶିକାର ହୋଇଥିଲେ ବିଧାୟକ । ଉତ୍ୟକ୍ତଲୋକ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗାଡିରୁ ଟାଣି ଆଣି ଆକ୍ରମଣ କରିଥିଲେ । ଏପରିକି ତାଙ୍କ ଗାଡିକୁ ମଧ୍ୟ ଉତ୍ୟକ୍ତ ଲୋକ ଓଲଟାଇ ଦେଇଥିଲେ । ଲୋକଙ୍କ ଆକ୍ରମଣରେ ବିଧାୟକ ଲହୁଲୁହାଣ ହୋଇଥିଲେ । ସମର୍ଥକମାନେ ବିଧାୟକଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ବାଣପୁର ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରୁ ତାଙ୍କୁ ଭୁବନେଶ୍ୱର ଏମ୍‌ସକୁ ସ୍ଥାନାନ୍ତରିତ କରାଯାଇଥିଲା । ଖୋର୍ଦ୍ଧା ପୋଲିସ ଘଟଣାର ତଦନ୍ତ କରି ତାଙ୍କୁ ଗିରଫ କରିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top