Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜ୍ୟରେ ମରୁଡ଼ିର ପଦଧ୍ବନୀ: ସାରା ରାଜ୍ୟରେ ନିଅଣ୍ଟିଆ ବର୍ଷା ରେକର୍ଡ

ଭୁବନେଶ୍ୱର (ଓଡ଼ିଶା ଓ୍ବେୟାର):)ରାଜ୍ୟରେ ମରୁଡ଼ିର ପଦଧ୍ବନୀ । ଚଳିତ ବର୍ଷା ଋତୁରେ ସାରା ରାଜ୍ୟରେ ନିଅଣ୍ଟିଆ ବର୍ଷା ରେକର୍ଡ । ସ୍ବାଭାବିକ ବର୍ଷାଠାରୁ ପ୍ରାୟ ୩୦ ପ୍ରତିଶତ କମ ବର୍ଷା ହୋଇଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ୨୭ଟି ଜିଲ୍ଲାରେ ନିଅଣ୍ଚିଆ ବର୍ଷା ହୋଇଥିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ଫଳରେ ଏହି ଜିଲ୍ଲା ଗୁଡ଼ିକରେ ମରୁଡ଼ି ଆଶଙ୍କା ପ୍ରକାଶ ପାଇଲାଣି ।

ବିଶେଷ କରି ଯାଜପୁର, ଭଦ୍ରକ, ବଲାଙ୍ଗିର, କେନ୍ଦୁଝର, ଅନୁଗୁଳର ଜିଲ୍ଲାରେ ବର୍ଷାର ପରିମାଣ ଉଦବେଗଜନକ ରହିଛି । ଏହି ୫ଜିଲ୍ଲାରେ ସ୍ୱାଭାବିକ ବର୍ଷାର ପରିମାଣ ଠାରୁ ୪୦ ପ୍ରତିଶତ କିମ୍ବା ତାଠୁ ଅଧିକ ପ୍ରତିଶତ କମ ବର୍ଷା ରେକର୍ଡ ହୋଇଛି । ରାଜ୍ୟର ସର୍ବନିମ୍ନ ବୃଷ୍ଟିପାତ ହୋଇଛି ଯାଜପୁର ଜିଲ୍ଲାରେ । ଯାଜପୁରରେ ସ୍ୱାଭାବିକ ବର୍ଷାଠୁ ୫୪ ପ୍ରତିଶତ, ଭଦ୍ରକରେ ୫୦ ପ୍ରତିଶତ, ବଲାଙ୍ଗିରରେ ୪୩ ପ୍ରତିଶତ କମ ବର୍ଷା ରେକର୍ଡ କରାଯାଇଛି ।

ସେହିପରି କେନ୍ଦୁଝରରେ ସ୍ୱାଭାବିକ ବର୍ଷାର ପରିମାଣଠୁ ୪୨ ପ୍ରତିଶତ ଓ ଅନୁଗୁଳରରେ ୪୦ ପ୍ରତିଶତ କମ ବର୍ଷା ରେକର୍ଡ କରିଛି ପାଣିପାଗ ବିଭାଗ । ନିଅଣ୍ଟ ବର୍ଷା ଯୋଗୁଁ ଚାଷୀଙ୍କ ମୁଣ୍ଡରେ ଚଡକ ପଡିଛି । ପାଣି ଅଭାବରୁ ଫସଲ ନଷ୍ଟ ସହ ମରୁଡି ଆଶଙ୍କା ଦେଖା ଦେଲାଣି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top