Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

ରାଜ୍ୟରେ ହୋଇପାରେ ଆଗୁଆ ନିର୍ବାଚନ

ଭୁବନେଶ୍ୱର : ରାଜ୍ୟରେ ଆଗୁଆ ନିର୍ବାଚନ ହେବାର ସମ୍ଭାବନା ରହିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ନିଜର ନିର୍ଦ୍ଧାରିତ କାର୍ଯ୍ୟକାଳ ଶେଷ ହେବା ପୂର୍ବରୁ ବିଧାନସଭାକୁ ଭଙ୍ଗ କରିବାର ସମ୍ଭାବନା ରହିଛି । ତେଲେଙ୍ଗାନାରେ ଟିଆରଏସ୍ ନେତୃତ୍ୱାଧୀନ ସରକାର ଆଗୁଆ ନିର୍ବାଚନ ପାଇଁ ବିଧାନସଭାକୁ ଭାଙ୍ଗିବାର ସଙ୍କେତ ଦେବା ପରେ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଅନୁରୂପ ପଦକ୍ଷେପ ନେଇପାରନ୍ତି ବୋଲି ଚର୍ଚ୍ଚା ।
ରାଜ୍ୟ ସରକାରଙ୍କ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ନିର୍ବାଚନ ପାଇଁ ସମସ୍ତ ପ୍ରକ୍ରିୟା ପ୍ରାୟତଃ ଶେଷ ହୋଇସାରିଛି । ଶାସକ ବିଜେଡିର ରାଜନୀତିକ ସ୍ୱାର୍ଥକୁ ସୁହାଇବା ଭଳି ବିଭିନ୍ନ ଲୋକାଭିମୁଖୀ ସରକାରୀ କାର୍ଯ୍ୟକ୍ରମ ଘୋଷଣା ସରିଛି । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା କାର୍ଯ୍ୟକାରୀ ହୋଇସାରିଥିବାବେଳେ ନିଜସ୍ୱ ଖାଦ୍ୟ ସୁରକ୍ଷା ଯୋଜନା ଆସନ୍ତା ଅକ୍ଟୋବର ୨ତାରିଖରୁ ଲାଗୁ କରାଯିବ । ତେଣୁ ଅକ୍ଟୋବର ୧୫ତାରିଖ ପୂର୍ବରୁ ଯେକୌଣସି ସମୟରେ ବିଧାନସଭାକୁ କ୍ଷମତାସୀନ ବିଜେଡି ସରକାର ଭାଙ୍ଗି ଦେବାର ସମ୍ଭାବନା ରହିଛି । ବିଶେଷକରି ୪ଟି ରାଜ୍ୟର ବିଧାନସଭା ସହ ତେଲେଙ୍ଗାନା ଓ ଓଡ଼ିଶାରେ ସାଧାରଣ ନିର୍ବାଚନ ହୋଇପାରେ ବୋଲି ଆକଳନ କରାଯାଉଛି ।
ଏହି ନିଷ୍ପତି ଦ୍ୱାରା ବିଜେଡି ପୁଣିଥରେ ରାଜ୍ୟରେ ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ଉଭା ହେବା ପାଇଁ ରଣନୀତି ପ୍ରସ୍ତୁତ କରିଛି । ଅବଶ୍ୟ କେନ୍ଦ୍ରରେ ବିଜେପି ନେତୃତ୍ୱାଧୀନ ସରକାର ସହ ବିଜେଡି ଗୋପନ ବୁଝାମଣା କରି ଆଗୁଆ ନିର୍ବାଚନ ପାଇଁ ସଜବାଜ ହେଉଥିବା ଚର୍ଚ୍ଚା ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top