Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ପୂର୍ବାଞ୍ଚଳ ଜୋନାଲ କାଉନସିଲ ବୈଠକ ପାଇଁ ନୂଆ ଲୋଗୋ ଚୂଡ଼ାନ୍ତ

ଭୁବନେଶ୍ୱର(ଓଡ଼ିଶା ୱେୟାର): ଆସନ୍ତା ଫେବୃୟାରୀ ୨୮ତାରିଖରେ ଭୁବନେଶ୍ୱରଠାରେ ୨୪ତମ ପୂର୍ବାଞ୍ଚଳ ଜୋନାଲ କାଉନସିଲ ବୈଠକ ପାଇଁ ପ୍ରସ୍ତୁତି ଶେଷ ହୋଇଛି। ରାଜ୍ୟ ଗୃହ ବିଭାଗ ପକ୍ଷରୁ ଆଜି ଏନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରାଯିବା ସହ ନୂଆ ଲୋଗୋ ଓ ଆବଶ୍ୟକ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଛି। ବୈଠକରେ କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହ ଯୋଗ ଦେବା ନେଇ ମଧ୍ୟ କାର୍ଯ୍ୟସୂଚୀ ପ୍ରସ୍ତୁତ ହୋଇଛି।
ଗୃହ ବିଭାଗ ପକ୍ଷରୁ ଜାରି ସୂଚନା ଅନୁସାରେ ଏହି ବୈଠକ ଲୋକସେବା ଭବନସ୍ଥିତ ନୂଆ କନଭେନସନ ହଲଠାରେ ଅନୁÂିତ ହେବ। ଏଥିରେ ଓଡ଼ିଶା ସମେତ ବିହାର, ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ରାଜ୍ୟର ପ୍ରତିନିଧିମାନେ ଯୋଗ ଦେବେ। ବୈଠକରେ କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହ ଅଧ୍ୟକ୍ଷତା କରିବେ ଓ ଆୟୋଜକ ରାଜ୍ୟର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପାଧ୍ୟକ୍ଷ ଭାବେ ବୈଠକରେ ସାମିଲ ହେବେ। ବୈଠକରେ ସଦସ୍ୟ ରାଜ୍ୟଗୁଡ଼ିକର ସାମାଜିକ ଓ ଅର୍ଥନୀତିକ ଯୋଜନା ପ୍ରସଙ୍ଗ ସମେତ ସୀମା ବିବାଦ, ଭାଷାଗତ ସଂଖ୍ୟାଲଘୁ ସମସ୍ୟା ଓ ଆନ୍ତଃ-ରାଜ୍ୟ ପରିବହନ ସମ୍ପର୍କିତ ବିଷୟଗୁଡ଼ିକ ଆଲୋଚନାରେ ସ୍ଥାନ ପାଇବ। ବୈଠକରେ ସଦସ୍ୟ ରାଜ୍ୟଗୁଡ଼ିକର ରାଜ୍ୟପାଳଙ୍କ ଦ୍ୱାରା ମନୋନୀତ ଦୁଇଜଣ ଲେଖାଏଁ ମନ୍ତ୍ରୀ ଏଥିରେ ସଦସ୍ୟ ରହିବେ। ଓଡ଼ିଶାରୁ ଏହି ବୈଠକରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ୍ ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଯୋଗ ଦେବେ। ଏହାବ୍ୟତୀତ ପରାମର୍ଶଦାତା ଭାବେ ଯୋଜନା କମିଶନଙ୍କ ଦ୍ୱାରା ମନୋନୀତ ପ୍ରତି ସଦସ୍ୟ ରାଜ୍ୟର ଜଣେ ଲେଖାଏଁ ବ୍ୟକ୍ତିଙ୍କ ସମେତ ମୁଖ୍ୟ ସଚିବ, ଉନ୍ନୟନ କମିଶନର କିମ୍ବା ସରକାରଙ୍କ ମନୋନୀତ ଜଣେ ବରିÂ ଅଧିକାରୀ ଏହି ବୈଠକରେ ସାମିଲ ହେବେ।
ଆଜି ମଧ୍ୟାହ୍ନରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଅଧ୍ୟକ୍ଷତାରେ ଏନେଇ ଏକ ପ୍ରସ୍ତୁତି ବୈଠକ ହୋଇଥିଲା ଓ ପୂର୍ବାଞ୍ଚଳ ଜୋନାଲ କାଉନସିଲ ବୈଠକକୁ ନେଇ ବିସ୍ତୃତ ଆଲୋଚନା ହୋଇଥିବା ଜଣାପଡ଼ିଛି। ବୈଠକରେ ଗୃହ ସଚିବ ସଞ୍ଜିବ ଚୋପ୍ରା, ସ୍ୱତନ୍ତ୍ର ସଚିବ ସନ୍ତୋଷ ବାଲା, ଅତିରିକ୍ତ ପୁଲିସ ମହାନିଦେ୍ର୍ଧଶକ ସୌମେନ୍ଦ୍ର ପ୍ରିୟଦର୍ଶୀ, ପ୍ରଫୁଲ୍ଲ ପ୍ରଧାନ ଓ ଶଶୀଭୂଷଣ ଶୁକ୍ଳା ପ୍ରମୁଖ ଉପସ୍ଥିତ ଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top