Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜ୍ୟରେ ୪୪୮ କରୋନା ଆକ୍ରାନ୍ତ ଚିହ୍ନଟ, ୬ମୃତ

ଭୁବନେଶ୍ବର(ଓଡ଼ିଶା ୱେୟାର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୪୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବିଗତ ଏକ ସପ୍ତାହ ଧରି ରାଜ୍ୟରେ ଦୈନିକ ସଂକ୍ରମଣ ୫୦୦ ଉପରକୁ ରହୁଥିବାବେଳେ ଆଜି ତାହା ୫୦୦ ତଳକୁ ଖସିଆସିଛି ।
ଏହି ୪୪୮ ଜଣ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୯ ଜଣଙ୍କ ବୟସ ୧୮ ବର୍ଷରୁ କମ । ସେହିପରି ମୋଟ ୪୪୮ ଆକ୍ରାନ୍ତଙ୍କ ମଧ୍ୟରୁ ୨୫୯ ଜଣ କ୍ବାରାଣ୍ଟାଇନରୁ ଓ ୧୮୯ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ସରକାରୀ ତଥ୍ୟରୁ ଜଣାପଡ଼ିଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଚିହ୍ନଟ ହୋଇଥିବା ୪୪୮ ଜଣଙ୍କ ମଧ୍ୟରୁ ଅନୁଗୁଳରୁ ୨ଜଣ, ବାଲେଶ୍ୱରରୁ ୧୩ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୩ ଜଣ, କଟକରୁ ୪୮ ଜଣ, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୪ ଜଣ, ଗଜପତି ଓ ଗଞ୍ଜାମରୁ ଜଣେ ଲେଖାଏଁ, ଜଗତସିଂହପୁରରୁ ୧୯ ଜଣ, ଯାଜପୁରରୁ ୧୨ ଜଣ, ଝାରସୁଗୁଡ଼ାରୁ ୪, କେନ୍ଦ୍ରାପଡ଼ାରୁ ୧୩ ଜଣ, କେନ୍ଦୁଝରରୁ ୩ଜଣ, କୋରାପୁଟ ଓ ମାଲକାନଗିରିରୁ ୨ଜଣ ଲେଖାଏଁ, ମୟୁରଭଞ୍ଜରୁ ୧୭ ଜଣ, ନବରଂଗପୁରରୁ ଜଣେ, ନୟାଗଡ଼ରୁ ୪ ଜଣ, ନୂଆପଡ଼ାରୁ ୨ଜଣ, ପୁରୀରୁ ୧୨ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୯ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ ପୁଲରୁ ୫୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହା ସହିତ ଆଜି ୬ଜଣଙ୍କ ଜୀବନ ନେଇଛି କରୋନା।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦୩୨୧୪୪ ଜଣ ପଜିଟିଭ ଚିହ୍ନଟ ହେଲେଣି । ଏମାନଙ୍କ ଭିତରୁ ୧୦୧୮୭୪୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୦୮୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

ସୂଚନା ଥାଉକି, ଗତକାଲି ୬୫୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩୧ଜଣ ଚିହ୍ନଟ ହୋଇଥିଲେ। ହଠାତ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ଚିନ୍ତାର ବିଷୟ ପାଲଟିଛି। ସେପ୍ଟେମ୍ବର ୨୨ତାରିଖରେ ସର୍ବାଧିକ ୭୩୪ଜଣ ଚିହ୍ନଟ ହୋଇଥିବା ବେଳେ ଅକ୍ଟୋବର ୪ରେ ଏହା ୪୦୭କୁ ଖସିଥିଲା। ରାଜ୍ୟ ସରକାର ପାର୍ବଣ ସମୟ ଚାଲେଞ୍ଜପୂର୍ଣ୍ଣ ହେବ ବୋଲି କହୁଥିବା ବେଳେ ଦଶହରାର କିଛି ଦିନ ପୂର୍ବରୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ରାଜ୍ୟ ସରକାରଙ୍କ ପାଇଁ ନୂଆ ଚାଲେଞ୍ଜ ସୃଷ୍ଟି କରିଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top