Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ପୂର୍ବତନ ମନ୍ତ୍ରୀ କମଳା ଦାସଙ୍କ ପରଲୋକ

ଆରପାରିରେ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ କମଳା ଦାସ । ବାଲେଶ୍ବର ଜିଲ୍ଲା ଭୋଗରାଇର ପୂର୍ବତନ ବିଧାୟିକା ତଥା ମନ୍ତ୍ରୀ ଡାକ୍ତର କମଳା ଦାସଙ୍କର ପରଲୋକ ହୋଇଛି । କଟକର ଏକ ଘରୋଇ ହସ୍ପିଟାଲରେ ୭୯ ବର୍ଷ ବୟସରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । କମଳା ଦାସ ଦୀର୍ଘ ଦିନରୁ ଯକୃତ ରୋଗରେ ପୀଡିତ ହୋଇ ମେଡିକାଲରେ ଚିକିତ୍ସାଧୀନ ଥିଲେ । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସେ ଭୋଗରାଇରୁ ୩ ଥରର ବିଧାୟିକା ଥିଲେ । ଓଡ଼ିଶା ବିଧାନସଭାରେ ବିଧାୟିକା ଭାବେ କାର୍ଯ୍ୟ କରିବା ସହ ମନ୍ତ୍ରୀମଣ୍ଡଳରେ ମଧ୍ୟ ସ୍ଥାନ ପାଇଥିଲେ ।

କମଳା ଦାସ ଜନତା ଦଳରେ ଥିଲେ। ପରବର୍ତ୍ତୀ ସମୟରେ ବିଜୁ ଜନତା ଦଳର ଗଠନ ପରେ ସେଥିରେ ଯୋଗ ଦେଇଥିଲେ। ପରେ ବିଜେଡ଼ି ଛାଡ଼ି ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ। ୨୦୧୪ ମସିହାରେ ପୁଣି କଂଗ୍ରେସ ଛାଡ଼ି ସେ ବିଜେଡିରେ ଯୋଗ ଦେଇଥିଲେ। କମଳା ଦାସ ଜନତା ଦଳ ଟିକେଟରେ ୧୯୯୦ ମସିହାରେ ଭୋଗରାଇ ବିଧାନସଭା ଆସନରୁ ନିର୍ବାଚନ ଲଢ଼ିଥିଲେ ଓ ବିଜୟୀ ହୋଇଥିଲେ। ସେ ବିଜୁ ପଟ୍ଟନାୟକଙ୍କର ମନ୍ତ୍ରିମଣ୍ଡଳରେ ସାମିଲ ହୋଇଥିଲେ। ସେ ରାଜ୍ୟ ଶିକ୍ଷା ଓ ଯୁବ ସେବା ବିଭାଗର ମନ୍ତ୍ରୀ ଭାବେ ୨୪ ଜୁଲାଇ ୧୯୯୦ରୁ ୪ ଜାନୁଆରୀ ୧୯୯୩ ଯାଏଁ କାର୍ଯ୍ୟ କରିଥିଲେ। ଏହାପରେ ସେ ୧୫ ମାର୍ଚ୍ଚ ୧୯୯୫ ପର୍ଯ୍ୟନ୍ତ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ।

୧୯୯୫ ମସିହାରେ କମଳା ଦାସ ପୁଣି ଥରେ ଜନତା ଦଳ ଟିକେଟରେ ଭୋଗରାଇ ବିଧାନସଭା ଆସନରୁ ନିର୍ବାଚିତ ହୋଇଥିଲେ। ବିଜୁ ପଟ୍ଟନାୟକଙ୍କ ପରଲୋକ ପରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜୁ ଜନତା ଦଳ ଗଠନ ହୋଇଥିଲା ଏବଂ କମଳା ସେଥିରେ ଯୋଗ ଦେଇଥିଲେ। ୨୦୦୦ ମସିହାରେ ସେ ବିଜୁ ଜନତା ଦଳରୁ ଭୋଗରାଇ ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଥିଲେ ଓ ଲଗାତାର ତୃତୀୟ ଥର ପାଇଁ ବିଜୟୀ ହୋଇଥିଲେ। ସେତେବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ସେ ସାମିଲ ହୋଇଥିଲେ। କମଳା ମହିଳା ଓ ଶିଶୁ ବିକାଶ କଲ୍ୟାଣ ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମନ୍ତ୍ରୀ ଭାବରେ ୬ ମାର୍ଚ୍ଚ ୨୦୦୦ରୁ ୯ ଜୁଲାଇ ୨୦୦୧ ଯାଏଁ କାର୍ଯ୍ୟ କରିଥିଲେ। ପରବର୍ତ୍ତୀ ସମୟରେ ସେ ବିଜୁ ଜନତା ଦଳ ଛାଡ଼ି କଂଗ୍ରେସରେ ଯୋଗ ଦେଇଥିଲେ। ହେଲେ ୨୦୧୪ ମସିହାରେ ସେ ପୁଣିଥରେ ବିଜେଡିକୁ ଫେରିଥିଲେ।

କମଳା ଦାସ ୧୯୪୫ ମସିହାର ଅଗଷ୍ଟ ମାସ ୧୬ ତାରିଖରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ବାପାଙ୍କ ନାମ ଥିଲେ ଗୟା ପ୍ରସାଦ ପାତ୍ର। ସେ ଜଣେ ଡାକ୍ତର ଥିଲେ। ଏମ୍.ବି.ବି.ଏସ୍ ପରେ ଏମ୍‌.ଏସ୍ କରିଥିଲେ। ସେ କାଳୀ କୁମାର ଦାସଙ୍କୁ ବିବାହ କରିଥିଲେ।

ଗ୍ରୀଷ୍ମ ପ୍ରବାହ ସହ ଅଂଶୁଘାତର ମୁକାବିଲା ନେଇ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଦିନ ଏକ ବୈଠକରେ ଅଧ୍ୟକ୍ଷତା କରି ଉତ୍ତାପ ପାଇଁ ସମୀକ୍ଷା କରିଛନ୍ତି। ଦେଶର ଅଧିକାଂଶ ଭାଗରେ ବିଶେଷ ଭାବରେ ଅଧିକ ତାପମାତ୍ରା ହେବାର ସମ୍ଭାବନା ରହିଛି। କେନ୍ଦ୍ରୀୟ ଭାରତ ଏବଂ ପଶ୍ଚିମ ଉପଦ୍ୱୀପ ଭାରତ ଉପରେ ସମ୍ଭାବନା ରହିଥିବାରୁ ତାହାର ପ୍ରତିକାର ପାଇଁ ମୋଦୀ ସମୀକ୍ଷା କରିଛନ୍ତି।

ବିଶେଷ କରି ଭାରତ ଓ ପଶ୍ଚିମ ଭାରତରେ ଅଧିକ ଗ୍ରୀଷ୍ମପ୍ରବାହ ଆଶଙ୍କା ସହିତ ଏପ୍ରିଲରୁ ଜୁନ୍, ୨୦୨୪ ପର୍ଯ୍ୟନ୍ତ ତାପମାତ୍ରାର
ସାମ୍ଭବ୍ୟ ସ୍ଥିତି ବିଷୟରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଯାଇଥିଲା। ଅତ୍ୟାବଷ୍ୟକ ଔଷଧ, ସାଲାଇନ୍‌, ଆଇସ୍‌ ପ୍ୟାକ୍‌, ଓଆର୍‌ଏସ୍‌ ଓ ପାନୀୟ ଜଳ ଆଦିକୁ ନେଇ ସ୍ବାସ୍ଥ୍ୟ କ୍ଷେତ୍ରରେ ପ୍ରସ୍ତୁତି ସମୀକ୍ଷା କରାଯାଇଥିଲା।

ଦେଶରେ ତାତି ବଢ଼ୁଥିବା ବେଳେ ଗ୍ରୀଷ୍ମ ପ୍ରବାହକୁ ନେଇ ସମୀକ୍ଷା ବୈଠକ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏପ୍ରିଲରୁ ଜୁନ୍ ମାସ ପର୍ଯ୍ୟନ୍ତ ଦେଶରେ କ’ଣ ରହିବ ଗ୍ରୀଷ୍ମ ପ୍ରବାହର ସ୍ଥିତି ସେ ସମ୍ପର୍କରେ ପ୍ରଧାନମନ୍ତ୍ରୀ ଆଲୋଚନା କରିଛନ୍ତି ।

ଗ୍ରୀଷ୍ମ ପ୍ରବାହ ସହ ଅଂଶୁଘାତର ମୁକାବିଲା ନେଇ ଏହି ବୈଠକରେ ଆଲୋଚନା ହୋଇଛି । ରାଜ୍ୟରୁ ଆରମ୍ଭ କରି ଜିଲ୍ଲା ସ୍ତରରେ ସମନ୍ୱୟ ରକ୍ଷା କରି ଖରାତାତିରୁ ମୁକାବିଲା ପାଇଁ କାର୍ଯ୍ୟ କରିବାକୁ ଆହ୍ୱାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, ଗୃହ ସଚିବ, ଆଇଏମଡି ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅଧିକାରୀ ଏହିି ସମୀକ୍ଷା ବୈଠକରେ ସାମିଲ ହୋଇଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top