Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ପୁରୀ ଜିଲ୍ଲାର ଚାଷୀମାନେ ପାଇବେ କାଳିଆ ସହାୟତା ରାଶି

ଭୁବନେଶ୍ବର,(ଓଡ଼ିଶା ୱେୟାର) : ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲ୍ଲାର ଚାଷୀମାନେ କାଳିଆ ସହାୟତା ରାଶି ୨ହଜାର ଟଙ୍କା ଲେଖାଏ ପାଇବେ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି । ଜିଲ୍ଲାର ୧ଲକ୍ଷ ୬୫ହଜାର ୧୩୧ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ୩୩ କୋଟି ଟଙ୍କା ପାଇବେ । ଏହି ଟଙ୍କା ସିଧାସଳଖ ଚାଷୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯିବ । ସେପ୍ଟେମ୍ବର ୧୧ ତାରିଖରେ ମୁଖ୍ୟମନ୍ତ୍ରୀ ସାରା ରାଜ୍ୟର ୩୭ ଲକ୍ଷ ୧୨ ହଜାର ୯୪୧ ଜଣ ଚାଷୀଙ୍କୁ ୭୪୨ କୋଟି ୫୮ ଲକ୍ଷ ଟଙ୍କାର କାଳିଆ ସହାୟତା ବଣ୍ଟନ କରିଥିଲେ । ହେଲେ ପିପିଲି ଉପନିର୍ବାଚନ ପାଇଁ ପୁରୀ ଜିଲ୍ଲାର ଚାଷୀଙ୍କୁ ଏହି ସହାୟତା ପ୍ରଦାନ କରାଯାଇପାରି ନଥିଲା ।
ରାଜ୍ୟର କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀ ପରିବାରଙ୍କୁ କୃଷି କାର୍ଯ୍ୟରେ ସହାୟତା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଳିଆ ଯୋଜନା କାର୍ଯ୍ୟ କାରୀ କରିଛନ୍ତି । ସାରା ଦେଶରେ ଚାଷୀମାନଙ୍କ କଲ୍ୟାଣ ପାଇଁ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ । ଏଥିରେ ଚାଷୀମାନେ ବିଭିନ୍ନ କୃଷିସାମଗ୍ରୀ ଯଥା- ବିହନ, ସାର ତଥା କୀଟନାଶକ ଓ କୃଷି ଯନ୍ତ୍ରପାତି କିଣିବା ପାଇଁ ଆନୁଷଙ୍ଗିକ ଆର୍ଥିକ ସୁବିଧା ପାଇପାରୁଛନ୍ତି । ସେହିପରି ଭୂମିହୀନ କୃଷି ପରିବାର ମଧ୍ୟ ରୋଜଗାର ବୃଦ୍ଧି ପାଇଁ ବିଭିନ୍ନ ଆନୁଷଙ୍ଗିକ କୃଷି କାର୍ଯ୍ୟ କରିପାରୁଛନ୍ତି । ଚାଷୀଙ୍କ ଋଣ ଭାର କମ୍‌ କରିବାରେ ମଧ୍ୟ ଏହା ବିଶେଷ ସହାୟକ ହୋଇ ପାରିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top