Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ନଭେମ୍ବର ୨ରୁ ଭୁବନେଶ୍ୱରରୁ ଜୟପୁରକୁ ବିମାନ ସେବା

ଭୁବନେଶ୍ୱ (ଓଡ଼ିଶା ୱେୟାର): ଟେମ୍ପଲ ସିଟିରୁ ପିଙ୍କ୍‌ ସିଟି । ଭୁବନେଶ୍ୱରରୁ ରାଜସ୍ଥାନର ଜୟପୁରକୁ ଉଡିବ ବିମାନ । ନଭେମ୍ବର ୨ ରୁ ଉଡିବ ବିମାନ । ଏନେଇ ଚିଠି ଲେଖି ଜଣାଇଛନ୍ତି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଚିଠି ଲେଖି ଜଣାଇଛନ୍ତି ସିନ୍ଧିଆ । ଏହା ଦ୍ୱାରା ଉଭୟ ରାଜ୍ୟର ଅର୍ଥନୀତି ମଜଭୂତ ହେବ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି । ସପ୍ତାହକୁ ୩ ଥର ଟେମ୍ପଲ୍‌ ସିଟିରୁ ପିଙ୍କ୍‌ ସିଟିକୁ ସିଧାସଳଖ ଉଡ଼ିବ ବିମାନ ।
ସୂଚନାଯୋଗ୍ୟ ଗତ ସେପ୍ଟେମ୍ବର ୧୭ରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଭାଗୀୟ କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଏ ସମ୍ପର୍କରେ ପତ୍ର ଲେଖିଥିଲେ। ଏ ନେଇ ଉକ୍ତ ପତ୍ରର ପ୍ରତ୍ୟୁତରରେ ଶ୍ରୀ ସିନ୍ଧିଆ ଉଲ୍ଲେଖ କରିଛନ୍ତି ଯେ ବିମାନ ସଂସ୍ଥା ‘ଇଣ୍ଡିଗୋ’ ପକ୍ଷରୁ ଆସନ୍ତା ନଭେମ୍ବର ୨ ତାରିଖରୁ ଭୁବନେଶ୍ୱରରୁ ରାଜସ୍ଥାନର ଜୟପୁରକୁ ସିଧାସଳଖ ବିମାନ ସେବା ଆରମ୍ଭ ହେବ। ସପ୍ତାହରେ ୩ ଥର ଏହି ବିମାନ ଚଳାଚଳ କରିବ। ଏହି ବିମାନ ସେବା ଆରମ୍ଭ ହେବା ଦ୍ୱାରା ମନ୍ଦିରମାଳିନୀ ଭୁବନେଶ୍ୱର ଏବଂ ଗୋଲାପି ସହର ଜୟପୁର ମଧ୍ୟରେ ବିମାନ ସେବାର ଯାତ୍ରୀଙ୍କୁ ସୁବିଧା ପ୍ରଦାନ କରିବ।

ସୂଚନାଯୋଗ୍ୟ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିପ୍ରା ଫାଉଣ୍ଡେସନର ଜାତୀୟ ଆବାହକ ଜନୈକ ଓ.ପି ମିଶ୍ରଙ୍କ ପତ୍ର ଆଧାରରେ ଗତ ସେପ୍ଟେମ୍ବର ୧୭ରେ ବିଭାଗୀୟ କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ଏମ. ସିନ୍ଧିଆଙ୍କୁ ପତ୍ର ଲେଖି ଭୁବନେଶ୍ୱରରୁ ସିଧାସଳଖ ଜୟପୁରକୁ ବିମାନ ସେବା ଆରମ୍ଭ କରିବା ପାଇଁ ଅନୁରୋଧ କରିଥିଲେ। ଉଭୟ ରାଜ୍ୟରେ ଅନେକ ମନ୍ଦିର ଓ ପର୍ଯ୍ୟଟନ ସ୍ଥାନ ଥିବା ବେଳେ ଶ୍ରଦ୍ଧାଳୁ ଏବଂ ପର୍ଯ୍ୟଟକମାନଙ୍କ ବୃହତ ସ୍ୱାର୍ଥ ଦୃଷ୍ଟିରେ ପଦକ୍ଷେପ ନେବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଥିଲେ। ଏହି ଅନୁମତି ପ୍ରଦାନ କରିଥିବାରୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କେନ୍ଦ୍ର ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top