Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ କରୋନାରେ ଆକ୍ରାନ୍ତ, ଏମ୍ସରେ ଭର୍ତ୍ତି

ଭୁବନେଶ୍ୱର (ଓଡ଼ିଶା ୱେୟାର): : ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ଵର ସାଂସଦ ପ୍ରତାପ ଷଡ଼ଙ୍ଗୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଦୀର୍ଘଦିନ ଧରି ତାଙ୍କୁ ଥଣ୍ଡା ହୋଇଥିଲା। ଯେଉଁ କାରଣରୁ ସେ ଅସୁସ୍ଥ ଅନୁଭବ କରିଥିଲେ। ଯାହା ପରେ ସେ ନିଜର କୋଭିଡ୍-୧୯ ପରୀକ୍ଷା କରାଇଥିଲେ। ତାଙ୍କର କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଥିଲା। ଏ ନେଇ ସେ ବାଲେଶ୍ଵର ଚିକିତ୍ସା ଅଧିକାରୀ ଜଣାଇ ଥିଲେ। ତେବେ ତାଙ୍କର ଉତ୍ତମ ଚିକିତ୍ସା ପାଇଁ ଆଜି ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଏମ୍ସ ସ୍ଥାନାନ୍ତର କରାଯାଇଛି। ତାଙ୍କର ଶୁଭେଛୁ ଓ ଦଳୀୟ କର୍ମୀମାନେ ସୁସ୍ଥ ନିରାମୟ ଜୀବନ କାମନା କରିଛନ୍ତି।

କରୋନାରେ ଆକ୍ରାନ୍ତ ହେବା ନେଇ ଖୋଦ୍ ନେଇ ପ୍ରତାପ ଷଡଙ୍ଗୀ ଟ୍ୱିଟ କରି ସୂଚନା ଦେଇଛନ୍ତି। ସେ ଟ୍ୱିଟ କରି ଲେଖିଛନ୍ତି, ମୁଁ କରୋନା ପଜିଟିଭ ଚିହ୍ନଟ ହୋଇଛି। ଚିକିତ୍ସା ପାଇଁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଛି। ମୋ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ନିଜକୁ ସଂଗରୋଧରେ ରଖନ୍ତୁ ବୋଲି ମୁଁ ଅନୁରୋଧ କରୁଛି।

ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ଅନେକ ଶୁଭେଚ୍ଛୁ ଶ୍ରୀ ଷଡଙ୍ଗୀଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। ଶ୍ରୀ ଷଡଙ୍ଗୀଙ୍କ ବ୍ୟତୀତ ବିଭିନ୍ନ ଦଳର ଅତି କମରେ ୪୫ ଜଣ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ଓଡ଼ିଶାରୁ ମନ୍ତ୍ରୀ ହୋଇଥିବା ପ୍ରତାପ ଷଡ଼ଙ୍ଗୀ ଜୁଲାଇ ମାସରେ କେନ୍ଦ୍ର ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ୨୦୧୯ ଲୋକସଭା ନିର୍ବାଚନରେ ବାଲେଶ୍ୱରରୁ ଜିତିବା ପରେ ସେ ମୋଦିଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିଲେ। ତାଙ୍କୁ ଏମଏସ୍‌ଏମଇ ସହ ପଶୁ ସମ୍ପଦ ରାଷ୍ଟ୍ରମନ୍ତ୍ରୀ କରାଯାଇଥିଲା। ଏହି ପଦରେ ପ୍ରାୟ ୨ ବର୍ଷ ରହିବା ପରେ ସେ ଆଜି ମନ୍ତ୍ରିମଣ୍ଡଳ ଅଦଳବଦଳ ପୂର୍ବରୁ ଇସ୍ତଫା ଦେଇଛନ୍ତି। ମୟୂରଭଞ୍ଜ ସାଂସଦ ବିଶ୍ୱେଶ୍ୱର ଟୁଡୁ ମନ୍ତ୍ରୀ ହୋଇଥିବାରୁ ପ୍ରତାପ ଇସ୍ତଫା ଦେଇଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top