Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ଓୟୁଏଟି କୁଳପତିଙ୍କ ବିରୋଧରେ ଭିଜିଲାନ୍ସ ତଦନ୍ତ

ଭୁବନେଶ୍ୱର(ଓଡବ୍ଲ୍ୟୁ):ଓୟୁଏଟି କୁଳପତି ସୁରେନ୍ଦ୍ର ନାଥ ପଶୁପାଳକଙ୍କ ବିରୁଦ୍ଧରେ ଭିଜିଲାନ୍ସ ତଦନ୍ତ ଲାଗି ରାଜ୍ୟପାଳ ତଥା କୁଳାଧିପତିଙ୍କ ପ୍ରମୁଖ ସଚିବ ଆଜି ରାଜ୍ୟ ମୁଖ୍ୟ ସଚିବଙ୍କୁ ଚିଠି ଲେଖିଛନ୍ତି।୬ ସପ୍ତାହ ମଧ୍ୟରେ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବା ଲାଗି କୁହାଯାଇଛି।ପୂର୍ବତନ ଆସିଷ୍ଟାଣ୍ଟ ରେଜିଷ୍ଟ୍ରାର ପ୍ରମୋଦ କୁମାର ଜେନା ତାଙ୍କ ନାଁରେ ଦୁର୍ନୀତି ଅଭିଯୋଗ ଆଣିଛନ୍ତି।

କୁଳପତି ସୁରେନ୍ଦ୍ର ନାଥ ପଶୁପାଳକ ବ୍ୟକ୍ତିଗତ ସ୍ୱାର୍ଥ ପାଇଁ ନିଜ ପଦବୀର ଅପବ୍ୟବହାର କରିଥିବା ନେଇ ପୂର୍ବତନ ଆସିଷ୍ଟାଣ୍ଟ ରେଜିଷ୍ଟ୍ରାର ଶ୍ରୀ ଜେନା କୁଳାଧିପତି ଓ ପ୍ରୋ ଚାନ୍ସଲର୍ ତଥା କୃଷିମନ୍ତ୍ରୀ ପ୍ରଦୀପ ମହାରଥୀଙ୍କୁ ଲିଖିତ ଭାବେ ଜଣାଇଥିଲେ। ବିଶ୍ୱବିଦ୍ୟାଳୟ ନିଯୁକ୍ତି କ୍ଷେତ୍ରରେ ମଧ୍ୟ ବ୍ୟାପକ ଜାଲିଆତି କରାଯାଇଥିବା ସେ ଅଭିଯୋଗ କରିଥିଲେ। ଅଭିଯୋଗରେ ସତ୍ୟତା ଥିବା ଅନୁଭବ କରି କୁଳାଧିପତିଙ୍କ କାର‌୍ୟ୍ୟାଳୟ, ଶ୍ରୀ ପଶୁପାଳକଙ୍କ ବିରୋଧରେ ଭିଜିଲାନ୍ସ ତଦନ୍ତ ଲାଗି ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଛନ୍ତି।୬ ସପ୍ତାହ ଭିତରେ ତଦନ୍ତ ସାରି ଉପଯୁକ୍ତ କାର‌୍ୟ୍ୟାନୁଷ୍ଠାନ ଲାଗି କୁହାଯାଇଛି। କୁଳପତି ଶ୍ରୀ ପଶୁପାଳକଙ୍କ ନାଁରେ ୫ଟି ବଡ଼ ଦୁର୍ନୀତି ଅଭିଯୋଗ ଆସିଛି।ତେବେ ଅଭିଯୋଗ ସଂପର୍କରେ ସେ କିଛି ଜାଣିନଥିବା କୁଳପତି କହିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top