Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ମିଳିବ ମାଗଣା ସ୍ୱାସ୍ଥ୍ୟ ସେବା, ଆରମ୍ଭ ହେଲା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା

ଭୁବନେଶ୍ୱର : ନିର୍ବାଚନୀ ପ୍ରତିଶ୍ରୁତି ମୁତାବକ ଆଜି ସ୍ୱାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କରିଛନ୍ତି । କ୍ୟାପିଟାଲ ହସ୍ପିଟାଲ ପରିସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନା ପାଇଁ ଏକ ହେଲପ୍ ଡେସ୍କ ଓ ଲୋଗୋକୁ ଉନ୍ମୋଚନ କରିଛନ୍ତି ।

ଏହି ଯୋଜନାରେ ରାଜ୍ୟର ପ୍ରାୟ ୭୦ଲକ୍ଷ ପରିବାରର ସାଢ଼େ ୩କୋଟି ଲୋକ ଉପକୃତ ହେବେ । ପ୍ରତି ପରିବାରକୁ ବାର୍ଷିକ ୫ଲକ୍ଷ ଟଙ୍କାର ଦେୟମୁକ୍ତ ସ୍ୱାସ୍ଥ୍ୟ ସୁରକ୍ଷା ଯୋଗାଇ ଦିଆଯିବ । ହିତାଧିକାରୀ ପରିବାରର ମହିଳା ସଦସ୍ୟଙ୍କୁ ବାର୍ଷିକ ୭ଲକ୍ଷ ଟଙ୍କାର ଦେୟମୁକ୍ତ ସ୍ୱାସ୍ଥ୍ୟ ସୁରକ୍ଷା ମିଳିବ । ଏହା ଫଳରେ ରାଜ୍ୟର ପ୍ରାୟ ଦେଢ କୋଟି ମହିଳା ଉପକୃତ ହେବେ ।

ଏବେ ରାଷ୍ଟ୍ରୀୟ ସ୍ୱାସ୍ଥ୍ୟ ବୀମା ଯୋଜନା ଓ ବିଜୁ କୃଷକ କଲ୍ୟାଣ ଯୋଜନାରେ ସାମିଲ ସମସ୍ତ ହିତାଧିକାରୀଙ୍କ ସମେତ ଅନ୍ୟାନ୍ୟ ସ୍ୱଳ୍ପ ଆୟକାରୀ ପରିବାରକୁ ମଧ୍ୟ ଏହି ଯୋଜନାରେ ସାମିଲ କରାଯିବ । ବିଜୁ ସ୍ୱାସ୍ତ୍ୟ କଲ୍ୟାଣ ଯୋଜନାର ସୁବିଧା ରାଜ୍ୟର ସମସ୍ତ ସ୍ୱାସ୍ଥ୍ୟ ଉପକେନ୍ଦ୍ରଠୁ ଆରମ୍ଭ କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପର୍ଯ୍ୟନ୍ତ ଏବଂ ତାଲିକାଭୁକ୍ତ ୨୦୮ଟି ଘରୋଇ ଡାକ୍ତରଖାନାରେ ମିଳିବ ।

ଏହି ଯୋଜନାରେ କୌଣସି ରୋଗୀଙ୍କୁ ସରକାରୀ ଡାକ୍ତରଖାନାରେ ଓଟି ସୁବିଧା, ଅସ୍ତ୍ରୋପଚାର ଆଇସିୟୁ ସେବା, ଆନ୍ତଃବିଭାଗ ସେବା ଆଦି ନିମନ୍ତେ କୌଣସି ପ୍ରକାରର ଦେୟ ଦେବାକୁ ପଡ଼ିବ ନାହିଁ । ଆଜିଠୁ ରାଜ୍ୟର ସମସ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟଗୁଡ଼ିକରେ ମଧ୍ୟ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ହେଲ୍ପ ଡେସ୍କ କାର୍ଯ୍ୟକ୍ଷମ ହୋଇଥିବା ବିଭାଗ ସୂତ୍ରରୁ ଜଣାପଡ଼ିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top