Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

କନେଷ୍ଟବଳ ଓ ହାବିଲଦାର କରିବେ ତଦନ୍ତ: ଡିଜିପି

ଭୁବନେଶ୍ୱର (ଓଡ଼ିଶା ୱେୟାର): ରାଜ୍ୟରେ ଗ୍ରାଜୁଏଟ କନେଷ୍ଟବଳ ଓ ହାବିଲଦାରଙ୍କୁ ତଦନ୍ତ ଦାୟିତ୍ୱ ଦିଆଯିବ ବୋଲି ଆଜି ପୁଲିସ ଡିଜି ରାଜେନ୍ଦ୍ର ପ୍ରସାଦ ଶର୍ମା କହିଛନ୍ତି । ଏଣିକି କନଷ୍ଟେବଳ, ହାବିଲଦାରମାନେ ତଦନ୍ତ କରିପାରିବେ । ଅତ୍ୟଧିକ ମାମଲା ଯୋଗୁଁ ପୁଲିସ ଉପରେ ଚାପ ବଢଛି । ଧାର‌୍ୟ୍ୟ ସଂଖ୍ୟକ କର୍ମଚାରୀ ନଥିବାରୁ ତଦନ୍ତ ପ୍ରଭାବିତ ମଧ୍ୟ ହେଇଛି । କର୍ମଚାରୀ ଅଭାବରୁ ତଦନ୍ତ କ୍ୱାଲିଟେଟିଭ ମଧ୍ୟ ହୋଇପାରୁ ନାହିଁ । ପୁଲିସ ତଦନ୍ତ ଠିକ ଭାବେ କରିପାରୁନଥିବା ଶ୍ରୀ ଶର୍ମା କହିଛନ୍ତି । ତଦନ୍ତ ଠିକ ଭାବେ କରି ହେଉନଥିିବାରୁ ଦୋଷ ପ୍ରମାଣିତ ହୋଇପାରୁନି । ଦୋଷ ପ୍ରମାଣ ହାରରେ ଆମେ ଦେଶରେ ସର୍ବନିମ୍ନ ସ୍ତରରେ ରହିଛୁ ବୋଲି କହିଥିଲେ । ସେଥିଲାଗି ଏଣିକି କନଷ୍ଟେବଳ, ହାବିଲଦାରମାନେ ତଦନ୍ତ କରିପାରିବେ । ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଆଜି ପ୍ରକାଶ ପାଇଛି । ତେବେ କେବଳ ଯୋଗ୍ୟତା ସମ୍ପନ୍ନ କନଷ୍ଟେବଳମାନେ ହିଁ ତଦନ୍ତ କରିପାରିବେ । ଘଟଣା ସ୍ଥଳକୁ ତଦନ୍ତ ସହ ଅଭିଯୁକ୍ତକୁ ଗିରଫ ମଧ୍ୟ କରିପାରିବେ ବୋଲି ସୂଚନା ମିଳିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top