Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଦୀପାବଳିରେ ଫୁଟିପାରିବ ଗ୍ରୀନ୍‌ କ୍ରାକର : ହାଇକୋର୍ଟ

କଟକ,(ଓଡ଼ିଶା ୱେୟାର): ଦୀପାବଳିରେ ଫୁଟିପାରିବ ଗ୍ରୀନ୍‌ କ୍ରାକର ଫୁଟିପାରିବ । ଏନେଇ ଗ୍ରୀନ୍‌ କ୍ରାକର ବିକ୍ରି ଓ ଫୁଟାଇବାକୁ ଅନୁମତି ଦେଲେ ହାଇକୋର୍ଟ । ପେଟ୍ରୋଲିୟମ୍‌ ଆଣ୍ଡ ଏକ୍ସପ୍ଲୋସିଭ୍‌ ସେଫ୍ଟି ଅର୍ଗାନାଇଜେସନ୍‌ ବା PESO ଅନୁମତିପ୍ରାପ୍ତ ବାଣ ଫୁଟାଇପାରିବେ । ଦୀପାବଳିରେ ରାତି ୮ଟାରୁ ୧୦ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର ଏନେଇ ଏକ ରିପୋର୍ଟ ଦେଇଥିଲେ । ବାଣ ବିକ୍ରି ଓ ଫୁଟାଇବା ନେଇ ହାଇକୋର୍ଟରେ ଶୁଣାଣି ହୋଇଥିଲା ।
ରାଜ୍ୟର କୌଣସି ସ୍ଥାନରେ ନିଷିଦ୍ଧ ବାଣ ବିକ୍ରୀ ପାଇଁ ଅନୁମତି ନାହିଁ । ଏଭଳି ବାଣ ପ୍ରସ୍ତୁତି ବିକ୍ରୀ ଓ ଫୁଟା ଉପରେ କଡା ନଜର ରଖିବାକୁ ଉଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ସୁପ୍ରିମକୋର୍ଟଏହି ପ୍ରସଙ୍ଗକୁ ଅତି ସମ୍ବେଦନଶୀଳ ଭାବେ ଗ୍ରହଣ କରିଛନ୍ତି ସୁପ୍ରିମକୋର୍ଟ । ରାଜ୍ୟରେ ଏଭଳି ବାଣ ପ୍ରସ୍ତୁତି ବିକ୍ରୀ ଓ ଫୁଟା ହେଲେ ଉତ୍ତରଦାୟୀ ରହିବେ ମୁଖ୍ୟ ଶାସନ ସଚିବ, ଗୃହ ସଚିବ, ପୋଲିସ କମିଶନର ଓ ସ୍ଥାନୀୟ ଏସପି । ଅନ୍ୟର ସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି କରି କେହି ଦୀପାବଳି ମନାଇ ପାରିବେନି ।
ଏଥିରେ ବ୍ୟତିକ୍ରମ ଘଟିଲେ ସୁପ୍ରିମକୋର୍ଟ ଗୁରୁତର ଭାବେ ଗ୍ରହଣ କରିବେ ବୋଲି କହିଛନ୍ତି । ସୁପ୍ରିମକୋର୍ଟଙ୍କ ଅର୍ଜୁନ ଗୋପାଳ ମାମଲାର ରାୟକୁ ଗୁରୁତ୍ୱ ଦେଲେ ଓଡିଶା ହାଇକୋର୍ଟ । ଏ ନେଇ ଗଣମାଧ୍ୟମରେ ବ୍ୟାପକ ପ୍ରଚାର ପ୍ରସାର କରି ଜନ ସଚେତନତା ପାଇଁ ଏସଆରସିଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଅପରାହ୍‌ଣ ୫ ଟାରେ ଏସଆରସି କରିବେ ସାମ୍ବାଦିକ ସମ୍ମିଳନୀ କରିବେ । ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ନିର୍ଦ୍ଦେଶନାମା ସମ୍ପର୍କରେ ରାଜ୍ୟବାସୀଙ୍କୁ କରିବେ ଅବଗତ ।.

Click to comment

Leave a Reply

Your email address will not be published. Required fields are marked *

Most Popular

To Top