Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ଲଘୁଚାପ ବର୍ଷା : ୧୦ ଜିଲ୍ଲାପାଳଙ୍କୁ ଆଲର୍ଟ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଆଜି ରାଜ୍ୟ ସରକାର ଏସବୁ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ନିମନ୍ତେ ସତର୍କ ରହିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି ।
ସ୍ୱତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ ଆଜି ରାତିରେ ନୂଆପଡ଼ା, ଯାଜପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ପବନ ବୋହିବାର ସମ୍ଭାବନା ରହିଛି ବୋଲି କହିଛନ୍ତି । ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ପରାମର୍ଶ ଜାରି ହୋଇଥିବାବେଳେ ଅଗ୍ନିଶମ ଓ ଏନ୍ଡିଆରଏଫ୍କୁ ନିର୍ଦ୍ଦେଶ ଦିଆଯାଇଛି ।


ଅପରପକ୍ଷରେ ଆସନ୍ତା ୧୬ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ଆସନ୍ତାକାଲି ଉପକୂଳ, ଉତର ଓ ଦକ୍ଷିଣ ଓଡ଼ିଶାର ୯ଟି ଜିଲ୍ଲାରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ଆଶଙ୍କା ରହିଛି । ବର୍ଷା ଯୋଗୁ ଆଜି ରାଜଧାନୀର ଅଧିକାଂଶ ଅଂଚଳରେ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ସେପଟେ ଆଠଗଡ଼ର ବିଭିନ୍ନ ସ୍ଥାନରେ ବଜ୍ରପାତରେ ୩ଜଣଙ୍କ ଜୀବନ ଯାଇଛି । ଏହି ଲୋକମାନେ ବିଲରେ କାମ କରୁଥିବାବେଳେ ବଜ୍ରଘାତରେ ସେମାନଙ୍କ ମୃତ୍ୟୁ ଘଟିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top