Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

୩୦ ଯାଏ ସାରା ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର ,(ଓଡ଼ିଶା ୱେୟାର) :ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ୨୪ ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହୋଇ ୱେଲମାର୍କଡ ଲୋ-ପ୍ରେସରରେ ପରିଣତ ହେବ । ଆସନ୍ତା ୩ରୁ ୪ ଦିନ ମଧ୍ୟରେ ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ, ଝାଡଖଣ୍ଡ ଏବଂ ବିହାର ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜିଠୁ ୩୦ ତାରିଖ ଯାଏ ସାରା ରାଜ୍ୟରେ ବର୍ଷା ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ୧୫ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ଵାର୍ଣ୍ଣିଂ । ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।
ସେହିପରି ଅନୁଗୁଳ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ତଳିଆ ଅଞ୍ଚଳରେ ଜଳମଗ୍ନ ଓ ବନ୍ୟା ପରିସ୍ଥିତି ଉପୁଜିପାରେ । ଏଥିପାଇଁ ସତର୍କ ରହିବାକୁ ଜିଲ୍ଲାପାଳ ଓ ମହାନଗର ନିଗମକୁ ପରାମର୍ଶ ଦେଇଛନ୍ତି ଏସଆରସି । ଏହାସହ ଆସନ୍ତା ୩୦ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ସତର୍କ କରାଯାଇଛି । ସେହିପରି ଆମେରିକା ପାଣିପାଗ ସଂସ୍ଥା ଆକ୍ୟୁ େଓ୍ଵଦର ବୈଜ୍ଞାନିକ ଜାସନ୍ ନିକୋଲ୍ସ କହିଛନ୍ତି, ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ଓଡ଼ିଶା, ପଶ୍ଚିମବଙ୍ଗରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top