ଭୁବନେଶ୍ବର(ଓଡ଼ିଶା ୱେୟାର) : ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବିଭିନ୍ନ ସ୍ଥାନରେ ବଜ୍ରପାତ ସହ କୁଆପଥର ବର୍ଷା ହେବ ବୋଲି ସୂଚନା ଦେଇଛି ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ।
ଆଜି ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୟାଗଡ, ପୁରୀ, ଖୋର୍ଦ୍ଧା, ଗଂଜାମ, ଗଜପତି, କନ୍ଧମାଳ, ରାୟଗଡା ଓ କୋରାପୁଟ ଆଦି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି ।


