Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଉତ୍ତରପ୍ରଦେଶ ଓ ମହାରାଷ୍ଟ୍ରରେ ବର୍ଷା ବିତ୍ପାତ

ଲକ୍ଷ୍ନୌ: ଲଗାଣ ବର୍ଷା ଫଳରେ ଦେଶର ଅଧିକାଂଶ ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ବନ୍ୟା କାରଣରୁ ଲୋକମାନେ ଅନେକ ସମସ୍ୟାର ସମ୍ମୁଖିନ ହେଉଛନ୍ତି । ଉତ୍ତରପ୍ରଦେଶରେ ବନ୍ୟା ପରିସ୍ଥିତି ଉତ୍କଟ ରୂପ ଧାରଣ କରିଛି। ରାଜ୍ୟର ୨୪ଟି ଜିଲ୍ଲା ବନ୍ୟା ଘେରରେ ରହିଥିବା ବେଳେ ଲୋକମାନେ ବାହ୍ୟ ଜଗତରୁ ଏକ ପ୍ରକାର ବିଚ୍ଛିନ ଅବସ୍ଥାରେ ରହିଛନ୍ତି ।

ପ୍ରୟାଗରାଜରେ ଉଭୟ ଗଙ୍ଗା ଓ ଯମୁନା ନଦୀର ଜଳ ସ୍ତର ବୃଦ୍ଧି ପାଇଛି । ପ୍ରାୟ ଅଞ୍ଚଳ ଜଳମଗ୍ନ ରହିଥିବା ବେଳେ ହଜାର ହଜାର ଲୋକ ଏହାଦ୍ୱାରା ପ୍ରଭାବିତ ହୋଇଛନ୍ତି । ପ୍ରୟାଗରାଜର ପାଖାପାଖି ଅଞ୍ଚଳ ସମ୍ପୂର୍ଣ୍ଣ ପାଣି ଘେରରେ ରହିଛି । ସବୁଠୁ ଖରାପ ଅବସ୍ଥା ଚାନ୍ଦପୁର ସଲେରୀ ଇଲାକାର ସାମ୍ନାକୁ ଆସିଛି । ଏଠାରେ ଲୋକମାନେ ଡଙ୍ଗାରେ ଯିବା ଆସିବା କରୁଛନ୍ତି ।

ବାରଣାସୀରେ ଗଙ୍ଗାନଦୀ ଉଗ୍ର ରୂପ ଧାରଣ କରିଛି । ଜଳସ୍ତର ବୃଦ୍ଧି ପାଇଁ ସମସ୍ତ ଅଞ୍ଚଳକୁ ମାଡ଼ି ଯାଇଛି । ଏହାର ପ୍ରଭାବ ପାଟନାରେ ମଧ୍ୟ ଦେଖିବାକୁ ମିଳିଛି । ଦିଆରାର ଅନେକ ସ୍ଥାନ ପାଣି ମଧ୍ୟରେ ବୁଡ଼ି ରହିଛି । ୬ ପଞ୍ଚାୟତର ମୁଖ୍ୟାଳୟକୁ ଯିବା ପାଇଁ ରାସ୍ତା ଅବସ୍ଥା ବେଶ ଗୁରୁତର ହୋଇପଡ଼ିଛି।

ଅନ୍ୟପକ୍ଷରେ ମହାରାଷ୍ଟ୍ରର ରାୟଗଢ଼ ଅଞ୍ଚଳର ମହାଡ଼ ତହସିଲରେ ଜୁଲାଇରେ ମୁସଳଧାରାରେ ବର୍ଷା ହେବା କାରଣରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ୧୦୦ ପାଖାପାଖି ଘର ସମ୍ପୁର୍ଣ୍ଣ ବୁଡ଼ିଯାଇଥିବା ବେଳେ ୯,୬୪୯ ଘର ଆଂଶିକ ଭାବେ ବୁଡ଼ି ରହିଛି । ଅନେକ କିଛି କ୍ଷତିଗ୍ରସ୍ତ ହୋଇଥିବା ବେଳେ ପ୍ରଶାସନ ତରଫରୁ ଲୋକଙ୍କୁ ସୁବିଧା ଯୋଗାଇ ଦିଆଯାଉଥିବାର ସୂଚନା ମିଳିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top