Latest
ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର(ଓଡ଼ିଶା ୱେୟାର) : ସୁଦୃଶ ଲଘୁଚାପ କ୍ଷେତ୍ର ଆଜି ଗାଙ୍ଗୀୟ–ପଶ୍ଚିମବଙ୍ଗ ଉପତ୍ୟାକାର ପଶ୍ଚିମ ଭାଗ ଓ ତା’ର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ଆଜି ଦୁଇ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଆଜି ସକାଳ ସାଢ଼େ ୮ରୁ ଆସନ୍ତାକାଲି(ଗୁରୁବାର) ସକାଳ ସାଢ଼େ ୮ଟା ଭିତରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ କେତେକ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବା ରହିଛି। ସେଥିପାଇଁ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜେ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବର୍ଷା ଯୋଗୁ ତଳିଆ ଅଞ୍ଚଳର ବର୍ଷା ପାଣି ଜମି ରହିବ। ସୁବର୍ଣ୍ଣରେଖା ଅବବାହିକା ଅଞ୍ଚଳରେ ଜଳ ପତ୍ତନ ବୃଦ୍ଧି ପାଇବ। ସେହିପରି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।