Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ହାତୀ ବେଶରେ ଦେଲେ ଦର୍ଶନ, ଅଣସର ରହିବେ ଶ୍ରୀଜିଉ

ପୁରୀ : ସ୍ନାନ ପୂର୍ଣ୍ଣିମାରେ ବିଶ୍ୱପ୍ରସିଦ୍ଧ ମହାପ୍ରଭୁ ଶ୍ରୀଜଗନ୍ନାଥ ଧାଡି ପହଣ୍ଡିରେ ଆସି ସ୍ନାନମଣ୍ଡପରେ ବିରାଜମାନ କରିଥିଲେ । ସରିଛି ସ୍ନାନ ପୂର୍ଣ୍ଣିମା । ଶ୍ରୀଜିଉଙ୍କୁ ଦେଖିବାକୁ ଆଜି ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଆସନ୍ତାକାଲିଠାରୁ ୧୫ ଦିନ ଶ୍ରୀଜିଉ ଅଣସରରେ ରହିବେ। ହାତୀ ବେଶ ନୀତି ପାଇଁ ଆଜି ସକାଳୁ ଅପରାହ୍ନ ୨ଟା ୧୫ ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିଥିଲା । ସାଢ଼େ ୨ଟା ପରେ ସାଧାରଣ ଦର୍ଶନ ସ୍ୱାଭାବିକ ହୋଇଥିଲା ଓ ଭକ୍ତମାନେ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ । ଆଉ ଏହାପରେ ଜ୍ୱରରେ ପୀଡ଼ିତ ହୋଇ ମହାପ୍ରଭୁ ଅଣସର ଘରକୁ ଯିଇଥିଲେ । ଆସନ୍ତାକାଲିଠାରୁ ୧୫ ଦିନ ଶ୍ରୀ ଅଲାରନାଥଙ୍କୁ ଦର୍ଶନ କଲେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦର୍ଶନର ସମଫଳ ମିଳିଥାଏ । ହାତୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେବା ପୂର୍ବରୁ ମହାପ୍ରଭୁ ବଳଭଦ୍ର, ଜଗନ୍ନାଥ, ସୁଭଦ୍ରା ଧାଡି ପହଣ୍ଡିରେ ଆସି ସ୍ନାନମଣ୍ଡପରେ ବିରାଜମାନ କରିଥିଲେ । ସ୍ନାନ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ କଲେ କୋଟି ଜନ୍ମର ପୂଣ୍ୟ ମିଳେ ବୋଲି ବିଶ୍ୱାସ ରହିଛି । ତେଣୁ ମହାପ୍ରଭୁଙ୍କୁ ଦେଖିବାକୁ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଥିଲା ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top