Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ନବ ଦାସଙ୍କୁ ହତ୍ୟା: ତଦନ୍ତର ତଦାରଖ ପାଇଁ ହାଇକୋର୍ଟଙ୍କୁ ଚିଠି ଲେଖିଲେ ସରକାର

ଭୁବନେଶ୍ୱର(ଓଡ଼ିଶା ୱେୟାର): ପୁଲିସ ଏଏସଆଇ ଗୋପାଳ ଦାସଙ୍କ ଗୁଳିମାଡ଼ରେ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ନିହତ ହେବା ଘଟଣାର ତଦନ୍ତ ପ୍ରକ୍ରିୟାକୁ ଜଣେ ବିଚାରପତିଙ୍କ ଦ୍ୱାରା ତଦାରଖ କରିବା ନିମନ୍ତେ ରାଜ୍ୟ ସରକାର ଆଜି ହାଇକୋର୍ଟଙ୍କୁ ଚିଠି ଲେଖି ଅନୁରୋଧ କରିଥିବା ଜଣାପଡ଼ିଛି । ନବ ଦାସଙ୍କୁ ଗୁଳିମାଡ଼ ଘଟଣାର କ୍ରାଇମବ୍ରାଂଚ ତଦନ୍ତ ଜାରି ରହିଥିଲେ ମଧ୍ୟ ତଦନ୍ତ ପ୍ରକ୍ରିୟାରେ ଅଧିକ ପାରଦର୍ଶିତା ଆଣିବା ପାଇଁ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଥିବା ସୂଚନା ମିଳିଛି ।
ମିଳିଥିବା ସୂଚନା ଅନୁସାରେ, ରାଜ୍ୟ ଗୃହ ବିଭାଗ ପକ୍ଷରୁ ଆଜି ହାଇକୋର୍ଟ ରେଜିଷ୍ଟ୍ରାରଙ୍କୁ ଚିଠି ଲେଖି ମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼ ଘଟଣାର ତଦନ୍ତର ତଦାରଖ ଦାୟିତ୍ୱ ହାଇକୋର୍ଟର ଜଣେ କାର୍ଯ୍ୟରତ ବିଚାରପତି ଅବା ଜଣେ ଅବସରପ୍ରାପ୍ତ ବିଚାରପତି ଅବା ପୁଣି ଜଣେ ଜିଲ୍ଲା ଜଜଙ୍କ ଦ୍ୱାରା କରାଇବାକୁ ଅନୁରୋଧ କରିଛନ୍ତି । ଏହା ଏକ ସମ୍ବେଦନଶୀଳ ଘଟଣା ଓ ଜଣେ ପୁଲିସ ଅଧିକାରୀଙ୍କ ସମ୍ପୃକ୍ତି ରହିଥିବାରୁ ତଦନ୍ତରେ ପାରଦର୍ଶିତା ରହିବାର ଆବଶ୍ୟକତା ଅଛି । ତେଣୁ ଏ ସମ୍ପର୍କରେ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ଅବଗତ କରାଇ ଆବଶ୍ୟକ ପଦକ୍ଷେପ ନେବାକୁ ଗୃହ ବିଭାଗ ତାଙ୍କ ଚିଠିରେ ଉଲ୍ଲେଖ କରିଥିବା ଜଣାପଡ଼ିଛି ।
ଅନ୍ୟପକ୍ଷରେ ଘଟଣାର ତଦନ୍ତ ଦାୟିତ୍ୱ ହାତକୁ ନେଇଥିବା କ୍ରାଇମବ୍ରାଂଚ ଆଜି ଦ୍ୱିତୀୟ ଦିନ ମଧ୍ୟ ତଦନ୍ତ ଜାରି ରଖିଛି । ଅଭିଯୁକ୍ତ ଗୋପାଳ ଦାସଙ୍କୁ ଗିରଫ କରି ଜେରା କରିବା ସହ ଆଇପିସିର ଧାରା ୧୬୧ ଅନୁସାରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ତାଙ୍କର ବୟାନ ରେକର୍ଡ ହୋଇଛି । ପୁଲିସ ଏଏସଆଇ ଗୋପାଳ ଦାସ ନିଜେ ଏହି ହତ୍ୟା କରିଥିବା ସ୍ୱୀକାର କରିଛନ୍ତି ବୋଲି କ୍ରାଇମବ୍ରାଂଚ ଏଡିଜି ଅରୁଣ ବୋଥ୍ରା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଶ୍ରୀ ବୋଥ୍ରା ବ୍ରଜରାଜନଗରରେ କ୍ୟାମ୍ପ କରି ରହି ତଦନ୍ତ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରୁଥିବାବେଳେ କ୍ରାଇମବ୍ରାଂଚ ଡିଏସପି ରମେଶ ଚନ୍ଦ୍ର ଦୋରାଙ୍କ ନେତୃତ୍ୱରେ ଗୋଟିଏ ଟିମ୍ ଅଭିଯୁକ୍ତ ଗୋପାଳ ଦାସଠୁ ଗୋଟିଏ ୯ଏମଏମ୍ ପିସ୍ତଲ, ୩ରାଉଣ୍ଡ ଜୀବନ୍ତ ଗୁଳି ଓ ମୋବାଇଲ ଫୋନ୍ ଜବତ କରିଛି । ଗୁଳିକାଣ୍ଡ ହୋଇଥିବା ସ୍ଥାନରୁ ମଧ୍ୟ ଗୋଟିଏ ଖାକା ଜବତ କରିଛନ୍ତି । ଏହି ସମସ୍ତ ସାମଗ୍ରୀର ଫୋରନ୍ସିକ ଓ ବାଲାଷ୍ଟିକ ଏକ୍ସପର୍ଟଙ୍କ ଦ୍ୱାରା ଯାଂଚ କରିବାକୁ ଭୁବନେଶ୍ୱରସ୍ଥିତ ରାଜ୍ୟ ଫୋରେନ୍ସିକ ଲ୍ୟାବକୁ ପଠାଯାଇଛି । ସେହିପରି ଡିଏସପି ଶିଶିର ମିଶ୍ରଙ୍କ ନେତୃତ୍ୱରେ ଅନ୍ୟ ଏକ ଟିମ୍ ଭୁବନେଶ୍ୱରରେ ମନ୍ତ୍ରୀ ଶ୍ରୀ ଦାସଙ୍କ ଶବ ବ୍ୟବଚ୍ଛେଦର ଭିଡିଓଗ୍ରାଫି କରିବା ସହ ତାଙ୍କ ରକ୍ତ ଜୁଡୁବୁଡୁ ଡ୍ରେସ, ହସ୍ପିଟାଲରେ ଚିକିତ୍ସିତ ହେଉଥିବାର ସମସ୍ତ ରିପୋର୍ଟକୁ ମଧ୍ୟ ନିଜ କବଜାକୁ ନେଇଛନ୍ତି । ଅଧିକ କେମିକାଲ ଯାଂଚ ପାଇଁ ଭିସେରାକୁ ମଧ୍ୟ ସଂରକ୍ଷିତ କରି ରଖାଯାଇଥିବା କ୍ରାଇମବ୍ରାଂଚ ପକ୍ଷରୁ ସୂଚନା ମିଳିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top