ଭୁବନେଶ୍ୱର(ଓଡ଼ିଶା ୱେୟାର): ସୂଚନା ଓ ଲୋକସମ୍ପର୍କ ବିଭାଗର ସଚିବ ଭାବେ ଆଇଏଏସ ଅଫିସର ସଞ୍ଜୟ ସିଂ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି।ସେ ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ବିଭାଗର ସଚିବ ସହ ଇଡକୋ ସିଏମଡି ଭାବେ ମଧ୍ୟ ଦାୟିତ୍ୱ ତୁଲାଇବେ।ଶ୍ରୀ ସିଂ ଆଜି ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଲକ୍ଷ୍ମୀଧର ମହାନ୍ତି ଓ ଅତିରିକ୍ତ ନିର୍ଦ୍ଦେଶକ ନିରଞ୍ଜନ ସେଠୀଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ତାଙ୍କୁ ଫୁଲତୋଡ଼ା ଦେଇ ସ୍ୱାଗତ କରିଥିଲେ।ଏହାପରେ ଶ୍ରୀ ସିଂ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ସହ ଏକ ସମୀକ୍ଷା ବୈଠକ କରିଥିବା ଜଣାପଡ଼ିଛି।ସୂଚନାଯୋଗ୍ୟ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ଆଇଏଏସ ହେମନ୍ତ ଶର୍ମାଙ୍କ ପରିବର୍ତେ ଶ୍ରୀ ସିଂଙ୍କୁ ସୂଚନା ଓ ଲୋକସମ୍ପର୍କ ବିଭାଗର ସଚିବ ଦାୟିତ୍ୱ ନ୍ୟସ୍ତ କରିଛନ୍ତି।


