ରାଜ୍ୟ

ଆଇଏଏସ ବଦଳି : ମୀନା ହେଲେ ଅର୍ଥ ସଚିବ

Posted on

ଭୁବନେଶ୍ୱର(ଓଡବ୍ଲ୍ୟୁ): ରାଜ୍ୟ ସରକାର ଆଜି ବରିଷ୍ଠ ଆଇଏଏସସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି ।
ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ରାଜ୍ୟ ଅର୍ଥ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ତୁହିନକାନ୍ତ ପାଣ୍ଡେଙ୍କୁ ନୂଆଦିଲ୍ଲୀସ୍ଥିତି ପ୍ରମୁଖ ଆବାସିକ କମିଶନର ଭାବେ ବଦଳି କରାଯାଇଥିବାବେଳେ ୧୯୯୩ ବ୍ୟାଚ ଆଇଏଏସ ଅଶୋକ କୁମାର ମୀନା ଅର୍ଥ ବିଭାଗର ପ୍ରମୁଖ ସଚିବ ହେବେ।ପୂର୍ବରୁ ଶ୍ରୀ ମୀନା ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ସଚିବ ସହ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ଅତିରିକ୍ତ ଦାୟିତ୍ୱରେ ରହିଥିଲେ।ସେହିପରି ୨୦୦୨ ବ୍ୟାଚ୍ ଆଇଏଏସ ତଥା ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ଏସ୍ଏନ୍ ଗିରିଶଙ୍କୁ ସାଧାରଣ ପ୍ରଶାସନ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି।ସେହିପରି ଯୋଜନା ଓ ସଂଯୋଜନା ବିଭାଗର ସ୍ୱତନ୍ତ୍ର ସଚିବ ଦେବେନ୍ଦ୍ର କୁମାର ଜେନାଙ୍କୁ ଓଡ଼ଇଶା ରାଜ୍ୟ ସମବାୟ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି।

Leave a Reply

Your email address will not be published. Required fields are marked *

Most Popular

Exit mobile version