Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ରୋଗୀ ସଂଖ୍ୟାକୁ ଦୃଷ୍ଟିରେ ରଖି ଆଇସିୟୁ ଶଯ୍ୟା ବୃଦ୍ଧି ଉପରେ ଗୁରୁତ୍ୱ

ଭୁବନେଶ୍ୱର(ଓଡବ୍ଲ୍ୟୁ): ରାଜ୍ୟର ସରକାରୀ ଡାକ୍ତଖାନା ମାନଙ୍କରେ ରୋଗୀ ସଂଖ୍ୟାକୁ ଦୃଷ୍ଟିରେ ରଖି ଆଇ.ସି.ୟୁ ଶଯ୍ୟା ବୃଦ୍ଧି କରାଯିବା ତଥା ନୂତନ ଆଇ.ସି.ୟୁ ପ୍ରତିଷ୍ଠା କରିବା ଉପରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ପ୍ରତାପ ଜେନା ଗୁରୁତ୍ୱ ଆରୋପ କରିଛନ୍ତି । ମନ୍ତ୍ରୀ ଶ୍ରୀ ଜେନା ସ୍ୱାସ୍ଥ୍ୟ ବିଭାଗର
ଭିତିଭୂମିର ବିକାଶ ଏବଂ ଅନ୍ୟାନ୍ୟ କାର୍ଯ୍ୟକ୍ରମ ସଂପର୍କରେ ସମୀକ୍ଷା କରିଛନ୍ତି ।

ସରକାରୀ ମେଡିକାଲ କଲେଜ ଓ ହସପିଟାଲ ସମେତ କ୍ୟାପିଟାଲ ହସପିଟାଲ , ଶିଶୁ ଭବନ , ଆଚାର୍ଯ୍ୟ ହରିହର କର୍କଟ ପ୍ରତିଷ୍ଠାନ ଏବଂ ଅନ୍ୟାନ୍ୟ ଡାକ୍ତରଖାନାମାନଙ୍କରେ ରୋଗୀ ସଂଖ୍ୟା ଦୃଷ୍ଟିରୁ ଆଇ.ସି.ୟୁ କିମ୍ବା ହାଇ
ଡିପେଣ୍ଡାନ୍ସି ୟୁନିଟ୍ ପ୍ରତିଷ୍ଠା କରାଯିବା ସଂପର୍କରେ ଅନୁଶୀଳନ କରି ବିଧିବଧ ପ୍ରସ୍ତାବ ଦେବାକୁ ମନ୍ତ୍ରୀ ଶ୍ରୀ ଜେନା ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହିତ ଆବଶ୍ୟକ ମାନବ ସମ୍ବଳର ଆବଶ୍ୟକତା ମଧ୍ୟ ଦର୍ଶାଇବାକୁ ପରାମର୍ଶ ଦେଇଛନ୍ତି । ସେହି ରି ଭିତିଭୂମିର ବିକାଶ ପାଇଁ ନିର୍ମାଣାଧୀନ ନୂତନ ପ୍ରକଳ୍ପ ଗୁଡିକର ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରି ନିର୍ଦ୍ଧାରିତ ସମୟରେ ସମ୍ପୂର୍ଣ୍ଣ କରିବା ଏବଂ ଯେଉଁ ସବୁ ପ୍ରକଳ୍ପଗୁଡିକର କାର୍ଯ୍ୟ ଆରମ୍ଭ ହୋଇନାହିଁ , ସେହି ସବୁର କାର୍ଯ୍ୟ ତୁରନ୍ତ ଆରମ୍ଭ କରିବାକୁ ମନ୍ତ୍ରୀ ଶ୍ରୀ ଜେନା କହିଛନ୍ତି । ସେହି ରି ସାର୍ବଜନୀନ ଚକ୍ଷୁ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ସଂପର୍କରେ ମଧ୍ୟ ସେ ସମୀକ୍ଷା କରି ଏହାକୁ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।
ସଚିବାଳୟ ଠାରେ ଅନୁଷ୍ଠିତ ଉକ୍ତ ବୈଠକରେ ସ୍ୱାସ୍ଥ୍ୟ ସଚିବ ଡାଃ ପ୍ରମୋଦ କୁମାର ମେହେର୍ଦ୍ଦା , ସାର୍ବଜନୀନ ଚକ୍ଷୁ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ କ୍ଷମତାପନ୍ନ କମିଟି ଚେୟାରମ୍ୟାନ ଡାଃ ଟି.ପି.ଦାସ , ଅତିରିକ୍ତ ଶାସନ ସଚିବ ହରିବଲ୍ଲଭ ମିଶ୍ର ଏବଂ ବି.ବି.ଦାସ , ପୂର୍ତ ବିଭାଗ ମୁଖ୍ୟଯନ୍ତ୍ରୀ ( ବିଲ୍ଡିଂ ) ଏସ୍.ଆର୍.ସେଠୀ . ଡି.ଏମ୍.ଇ.ଟି ଡାଃ ସୋନାମାଲି ବାଗ୍ , ସ୍ୱାସ୍ଥ୍ୟସେବା ନିର୍ଦ୍ଦେଶକ ଡାଃ ହରପ୍ରସାଦ ପଟ୍ଟନାୟକ , କ୍ୟାପିଟାଲ ହସପିଟାଲ ନିର୍ଦ୍ଦେଶକ ଡାଃ ଚନ୍ଦ୍ରିକା ପ୍ରସାଦ ଦାଶ , ଉପ ଅଧୀକ୍ଷକ ଡାଃ ଧନଞ୍ଜୟ ଦାଶ , ଏ.ଏଚ୍.ଆର୍.ସି.ସି ନିର୍ଦ୍ଦେଶକ ଡାଃ ଲଲାଟେନ୍ଦୁ ଷଢଙ୍ଗୀ ଏବଂ ଯୁଗ୍ମ ଡି.ଏମ୍.ଇ.ଟି ଡାଃ ଉମାକାନ୍ତ ଶତପଥୀଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ ।
…………….

Click to comment

Leave a Reply

Your email address will not be published. Required fields are marked *

Most Popular

To Top