ଭୁବନେଶ୍ୱର(ଓଡ଼ିଶା ୱେୟାର): ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୦୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୬ ଜଣ ୧୮ ବର୍ଷରୁ କମ୍ ବର୍ଗର। ୬୦୨ ସଂକ୍ରମିତଙ୍କ ମଧ୍ୟରୁ ୩୫୩ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୨୪୯ଟି ହେଉଛି ଲୋକାଲ୍ କେସ୍। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଅନୁଗୋଳରୁ ୧୧ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୧, ବରଗଡ଼ରୁ ୨, ଭଦ୍ରକରୁ ୫, କଟକରୁ ୫୪, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୧୪, ଗଞ୍ଜାମରୁ ଜଣେ, ଜଗତସିଂହପୁରରୁ ୧୮, ଯାଜପୁରରୁ ୨୪, ଝାରସୁଗୁଡ଼ାରୁ ୨, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୬, କେନ୍ଦୁଝରରୁ ୭, କୋରାପୁଟରୁ ୪ ଓ ମୟୂରଭଞ୍ଜରୁ ୩୧ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ଜଣେ, ପୁରୀରୁ ୨୧, ରାୟଗଡ଼ାରୁ ୪, ସମ୍ବଲପୁରରୁ ୧୩, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୯ ଓ ଷ୍ଟେଟପୁଲରୁ ୬୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୬,୪୭୬କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୧୦,୧୨,୫୮୩ ସୁସ୍ଥ ହୋଇ ସାରିଥିବା ବେଳେ ୫,୬୪୨ ଜଣ ଚିକିତ୍ସାଧୀନ ଅଛନ୍ତି।
କରୋନାରେ ପ୍ରାଣ ହରାଇଥିବା ଆଉ ୬ ଜଣଙ୍କ ସଂପର୍କରେ ସରକାର ତଥ୍ୟ ଦେଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୯୮କୁ ବୃଦ୍ଧି ପାଇଛି। ଏହି ୬ ଜଣଙ୍କ ମଧ୍ୟରେ କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧାରୁ ୨ଜଣ ଲେଖାଏଁ, ଅନୁଗୋଳ ଓ ଜଗତସିଂହପୁରରୁ ଜଣେ ଲେଖାଏଁ ଅଛନ୍ତି।
ଆଜିଠୁ ୩ଦିନିଆ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’
ଯୋଗଦେବେ ୨୦୦୦ ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଭୁବନେଶ୍ୱର(ଓଡ଼ିଶା ୱେୟାର): ଶିଶୁ ଦିବସ ଉପଲକ୍ଷେ ଆଜିଠୁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ...