Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

୨୪ ଘଣ୍ଟାରେ ରାଜ୍ୟରେ ୫୪୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ୱେୟାର) :ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୪୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୪ ଜଣ ୧୮ ବର୍ଷରୁ କମ୍ ବର୍ଗର। ୫୪୫ ସଂକ୍ରମିତଙ୍କ ମଧ୍ୟରୁ ୩୧୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୨୬ଟି ହେଉଛି ଲୋକାଲ୍ କେସ୍। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଅନୁଗୋଳରୁ ୭ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୪୭, ବରଗଡ଼ରୁ ଜଣେ, ଭଦ୍ରକରୁ ୧୦, ବଲାଙ୍ଗିରରୁ ୨, କଟକରୁ ୭୩, ଦେବଗଡ଼ରୁ ୪, ଢେଙ୍କାନାଳରୁ ୨, ଗଜପତିରୁ ଜଣେ, ଗଞ୍ଜାମରୁ୧୧, ଜଗତସିଂହପୁରରୁ ୩୭, ଯାଜପୁର୨୦, ଝାରସୁଗୁଡ଼ା ୮, କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୧୦, କେନ୍ଦୁଝରରୁ ୩, କୋରାପୁଟରୁ ୨ ଓ ମୟୂରଭଞ୍ଜରୁ ୧୪ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ନବରଙ୍ଗପୁରରୁ ୩, ପୁରୀରୁ ୬, ରାୟଗଡ଼ାରୁ ୩, ସମ୍ବଲପୁରରୁ ୩, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୧୧ ଓ ଷ୍ଟେଟପୁଲରୁ ୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୫,୩୦୯କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୧୦,୧୧,୪୮୨ ସୁସ୍ଥ ହୋଇ ସାରିଥିବା ବେଳେ ୫,୫୮୭ ଜଣ ଚିକିତ୍ସାଧୀନ ଅଛନ୍ତି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୭ ଜଣଙ୍କ ସଂପର୍କରେ ସରକାର ତଥ୍ୟ ଦେଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୮୭କୁ ବୃଦ୍ଧି ପାଇଛି। ଏହି ୭ ଜଣଙ୍କ ମଧ୍ୟରେ ଖୋର୍ଦ୍ଧା, କଟକ, ଗଞ୍ଜାମ, ଯାଜପୁର ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏଁ ଥିବା ବେଳେ ଜଗତସିଂହପୁରରୁ ୨ ଜଣ ଅଛନ୍ତି।
ଖୋର୍ଦ୍ଧାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୯୫କୁ ବୃଦ୍ଧି ପାଇଥିବା ବେଳେ କଟକରେ ୮୩୫, ଗଞ୍ଜାମରେ ୪୭୪, ଯାଜପୁରରେ ୧୬୬, କେନ୍ଦ୍ରାପଡ଼ାରେ ୨୪୫ ଓ ଜଗତସିଂହପୁରରେ ୩୦୨ରେ ପହଞ୍ଚିଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top