Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୯୫କରୋନା ଆକ୍ରାନ୍ତ, ୮୩ ଜଣ ୧୮ ବର୍ଷରୁ କମ୍

ଭୁବନେଶ୍ୱର,(ଓଡ଼ିଶା ୱେୟାର) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୯୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୩ ଜଣ ୧୮ ବର୍ଷରୁ କମ୍ ବର୍ଗର। ୬୯୫ ଆକ୍ରାନ୍ତଙ୍କ ମଧ୍ୟରୁ ୪୦୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୯୪ଟି ହେଉଛି ଲୋକାଲ୍ କେସ୍। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୨୩ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୯୦ ଜଣ ଅଛନ୍ତି।
ଅନୁଗୋଳ ଜିଲ୍ଲାରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୦, ଭଦ୍ରକ ୧୩, ଦେବଗଡ଼ରୁ ଜଣେ, ଢେଙ୍କାନାଳ ୪, ଗଜପତି ୨, ଗଞ୍ଜାମ ୨, ଜଗତସିଂହପୁର ୨୫, ଯାଜପୁର ୩୯, ଝାରସୁଗୁଡ଼ା ୬, କଳାହାଣ୍ଡି ୨, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ା ୮, କେନ୍ଦୁଝରରୁ ଜଣେ, ମାଲକାନଗିରି ୪, ମୟୂରଭଞ୍ଜ ୧୮, ନବରଙ୍ଗପୁରରୁ ଜଣେ, ନୟାଗଡ଼ ୩, ପୁରୀ ୧୮, ରାୟଗଡ଼ା ୭, ସମ୍ବଲପୁର ୮, ସୋନପୁର ୨, ସୁନ୍ଦରଗଡ଼ ୫ ଓ ଷ୍ଟେଟପୁଲରୁ ୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୯ ହଜାର ୬୨୧ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୧୦,୦୫,୫୬୪ଜଣ ସୁସ୍ଥ ହୋଇସାରିଛନ୍ତି। ୫,୮୭୬ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।
ଅନ୍ୟପକ୍ଷରେ ରାଜ୍ୟରେ କରୋନାରେ ଆଉ ୬ଜଣଙ୍କର ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୨୮ କୁ ବୃଦ୍ଧି ପାଇଛି। ଏହି ୬ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, କଟକ, ଯାଜପୁର, ଜଗତସିଂହପୁର, କୋରାପୁଟ ଓ ମୟୂରଭଞ୍ଜରୁ ଜଣେ ଲେଖାଏଁ ଅଛନ୍ତି। ଏହା ସହିତ ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୪୮୫କୁ ବୃଦ୍ଧି ପାଇଥିବା ବେଳେ କଟକରେ ୮୨୪, ଯାଜପୁରରେ ୧୬୩, ଜଗତସିଂହପୁରରେ ୨୯୭, କୋରାପୁଟରେ ୭୭ ଓ ମୟୂରଭଞ୍ଜରେ ୨୭୬ରେ ପହଞ୍ଚିଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top