Latest

ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୪୪ ଜଣ କରୋନା ପଜିଟିଭ୍ ଚିହ୍ନଟ

Posted on

ଭୁବନେଶ୍ୱର ଓଡ଼ିଶା ୱେୟାର) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୪୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୨ ଜଣ ୧୮ ବର୍ଷରୁ କମ୍ ବର୍ଗର।
୬୪୪ଆକ୍ରାନ୍ତଙ୍କ ମଧ୍ୟରୁ ୩୭୫ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୬୯ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୩ ଜଣ ଚିହ୍ନଟ ହୋଇଛନ୍ତି।
ଅନୁଗୋଳ ଜିଲ୍ଲାରୁ ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୪, ଭଦ୍ରକରୁ ୭, ବଲାଙ୍ଗିରରୁ ୫, କଟକରୁ ୭୭, ଦେବଗଡ଼ରୁ ୪, ଢେଙ୍କାନାଳରୁ ୬, ଗଜପତିରୁ ଜଣେ, ଗଞ୍ଜାମରୁ ୬, ଜଗତସିଂହପୁରରୁ ୨୮, ଯାଜପୁରରୁ ୨୦, ଝାରସୁଗୁଡ଼ାରୁ ୫,କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୧୧, କେନ୍ଦୁଝରରୁ ଜଣେ, ମାଲକାନଗିରିରୁ ୫, ମୟୂରଭଞ୍ଜରୁ ୧୫, ନୟାଗଡ଼ରୁ ୬, ପୁରୀରୁ ୨୨, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୦, ସୋନପୁରରୁ ଜଣେ ଓ ସୁନ୍ଦରଗଡ଼ରୁ ୧୩ ଜଣ ଅଛନ୍ତି। ସେହିପରି ଷ୍ଟେଟ୍ ପୁଲ୍‌ରୁ ୬୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

Leave a Reply

Your email address will not be published. Required fields are marked *

Most Popular

Exit mobile version