Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଗତ ୨୪ ଘଣ୍ଟାରେ ୧୦୦ରୁ ଊର୍ଦ୍ଧ୍ୱ ଶିଶୁ କରୋନାରେ ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ୱେୟାର) : ରାଜ୍ୟରେ ଛୁଆଙ୍କ ସଂକ୍ରମଣକୁ ନେଇ ଘାରୁଛି ଚିନ୍ତା । କିଛି ଦିନ ହେବ ଛୁଆ ସଂକ୍ରମଣରେ ସାମାନ୍ୟ ବ୍ରେକ ଲାଗିଥିବା ବେଳେ ଗତ ୨୪ ଘଣ୍ଟାରେ ୧୦୦ରୁ ଊର୍ଦ୍ଧ୍ୱ ଶିଶୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି।
ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୩୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର କେବଳ ୧୦୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୭୩୪ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୪୨୪ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ହେଉଛି ୩୧୦। ଖୋର୍ଦ୍ଧାରୁ ସର୍ବାଧିକ ୩୩୫ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏହାବାଦ ଅନୁଗୋଳରୁ ୧୩ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୦, ବରଗଡ଼ରୁ୫, ଭଦ୍ରକରୁ୧୦, କଟକରୁ୯୧, ଢେଙ୍କାନାଳରୁ ୫, ଗଜପତି ଜଣେ, ଗଞ୍ଜାମ ୬, ଜଗତସିଂହପୁରରୁ ୩୨, ଯାଜପୁର ୨୯, ଝାରସୁଗୁଡ଼ା ୩, କନ୍ଧମାଳରୁ ଜଣେ,କେନ୍ଦ୍ରାପଡ଼ା ୬, କେନ୍ଦୁଝର ୩, ଖୋର୍ଦ୍ଧା ୩୩୫, କୋରାପୁଟ ୪ ଓ ମାଲକାନଗିରି ୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ମୟୂରଭଞ୍ଜ ୨୭, ନୟାଗଡ଼ ୭, ନୂଆପଡ଼ାରୁ ଜଣେ,ପୁରୀରୁ ୧୭, ରାୟଗଡ଼ା ୪, ସମ୍ବଲପୁର ୭, ସୋନପୁରରୁ ଜଣେ, ସୁନ୍ଦରଗଡ଼ ୧୩ ଓ ଷ୍ଟେଟପୁଲରୁ ୮୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୧ ହଜାର ୯୫୦କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୧୦,୦୮,୨୨୬ସୁସ୍ଥ ହୋଇ ସାରିଥିବା ବେଳେ ଆକ୍ଟିଭ କେସ୍‌ ହେଉଛି ୫୫୨୧।
ସ୍ୱାସ୍ଥ୍ୟ ବିଭାଗ ତରଫରୁ ମିଳିଥିବା ସୂଚନା ଅନୁଯାୟୀ, ରାଜ୍ୟରେ ଆଉ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। କଟକ, ଖୋର୍ଦ୍ଧା, ନୟାଗଡ଼ ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା୮,୧୫୦ କୁ ବୃଦ୍ଧି ପାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top