Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆସନ୍ତା ୨୪ ଘଣ୍ଟାରେ ମଧ୍ୟରେ ୮ ଜିଲ୍ଲାରେ ବର୍ଷା ସମ୍ଭାବନା, ଆଜି ବଲାଙ୍ଗୀର ସବୁଠାରୁ ଉତ୍ତପ୍ତ

ଭୁବନେଶ୍ୱର (ଓଡ଼ିଶା ୱେୟାର) :: ଆସନ୍ତା ୨୪ ଘଣ୍ଟାରେ ମଧ୍ୟରେ ୮ ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷ ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, କନ୍ଧମାଳ, ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହୋଇପାରେ । ୨୪ ଘଣ୍ଟା ପରେ ୭ ଜିଲ୍ଲାରେ ମଧ୍ୟମଧ୍ୟମ ଧରଣର ବର୍ଷା ହୋଇପାରେ । ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଅନ୍ୟ ସମସ୍ତ ଜିଲ୍ଲାରେ ପାଗ ଶୁଖିଲା ରହିବା ସହ ଜଳବାୟୁ ପରିବର୍ତ୍ତନ କ୍ଷେତ୍ରରେ ସେତେଟା ପରିବର୍ତ୍ତନ ହେବନି ବୋଲି ପାଣିପାଗ ବିଭାଗ କହିଛି ।
ସେପଟେଓଡ଼ିଶାର ୯ଟି ସହରେ ସର୍ବାଧିକ ତାପମାତ୍ରା ଥିବା ରେକର୍ଡ କରାଯାଇଛି । ସେଗୁଡିକ ମଧ୍ୟରୁ ବଲାଙ୍ଗିରରେ ୪୨.୬ ଡିଗ୍ରୀ ସେଲ୍‌ସିୟସ , ଟିଟିଲାଗଡ଼ରେ ୪୨.୫ ଡିଗ୍ରୀ , ବୌଦ୍ଧରେ ୪୨.୦ ଡିଗ୍ରୀ , ବରଗଡ ଅମ୍ୱାବନାରେ ୪୧.୭ ଡିଗ୍ରୀ ,ଝାରସୁଗୁଡାରେ ୪୦.୮ ଡିଗ୍ରୀ , ଭବାନିପାଟନାରେ ୪୦.୬ ଡିଗ୍ରୀ, ସୁନ୍ଦରଗଡରେ ୪୦.୫ ଡିଗ୍ରୀ, ସମ୍ୱଲପୁରରେ ୪୦.୧ ଡିଗ୍ରୀ ସେଲସିୟସ ଥିବା ରେକର୍ଡ କରାଯାଇଛି ।
ବଲାଙ୍ଗିର ଜିଲ୍ଲା ଟିଟିଲାଗଡରେ ଦିନକୁ ଦିନ ବଢିବାରେ ଲାଗିଛି ତାପମାତ୍ରା । ଟିଟିଲାଗଡରେ ପାରଦ ୪୩ ଡିଗ୍ରୀ ଛୁଇଁଥିବାବେଳେ ଦିନକୁ ଦିନ ଟିଟିଲାଗଡ ତାପମାତ୍ରା ବଢୁଥିବାରୁ ସ୍ଥାନୀୟ ଲୋକେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।ଦିନ ୧୦ ଟା ହେଲେ ଆକାଶରୁ ଯେପରି ନିଆଁ ଝରୁଛି । ଲୋକେ ଅତି ଜରୁରୀ କାମ ନହେଲେ ଘରୁ ବାହାରୁ ନଥିବା ଦେଖିବାକୁ ମିଳିଛି। ଅଂଶୁଘାତରୁ ରକ୍ଷା ପାଇବା ପାଇଁ ମୁଣ୍ଡରେ ଓଦା ଲୁଗା କିମ୍ବା ଛତା ବ୍ୟବହାର କରୁଛନ୍ତି ଲୋକେ । ଦିନକୁ ଦିନ ତାତି ବଢୁଥିବା ବେଳେ ଟିଟିଲାଗଡ଼ ସହରରେ ପାନୀୟ ଜଳର ଅଭାବ ମୁଖ୍ୟ ସମସ୍ୟା ଭାବେ ମୁଣ୍ଡ ଟେକିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top