Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ପିପିଲି ଉପ-ନିର୍ବାଚନରେ ୭୧% ମତଦାନ

ଭୁବନେଶ୍ୱର(ଓଡ଼ିଶା ୱେୟାର): ପିପିିଲି ବିଧାନସଭା ଉପନିର୍ବାଚନ ପାଇଁ ଆଜି ଶାନ୍ତିଶୃଙ୍ଖଳାର ସହ ଭୋଟଗ୍ରହଣ ଅନୁଷ୍ଠିତ ହୋଇଛି । ମଇଦାନରେ ଥିବା ୧୦ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମରେ ସିଲ ହୋଇଥିବାବେଳେ ପ୍ରାୟ ୭୧ ପ୍ରତିଶତ ମତଦାନ ହୋଇଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ କୋଭିଡ୍ କଟକଣା ମଧ୍ୟରେ ସମସ୍ତ ବୁଥରେ ମତଦାନ ଶେଷ ହୋଇଛି ବୋଲି ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ମିଳିଥିବା ସୂଚନା ଅନୁସାରେ, ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ଆଜି କୋଭିଡ୍ କଟକଣା ମଧ୍ୟରେ ମତଦାନ ହୋଇଥିଲା । ୩୪୮ଟି ମତଦାନ କେନ୍ଦ୍ରରେ ନିର୍ବାଚନମଣ୍ଡଳୀର ପ୍ରାୟ ୭୧ ପ୍ରତିଶତ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିଥିବାବେଳେ ଆସନ୍ତା ୩ତାରିଖରେ ଭୋଟଗଣତି ହେବ । ଆଜି ସକାଳ ୭ଟାରୁ ଭୋଟଗ୍ରହଣ ଆରମ୍ଭ ହୋଇଥିବାବେଳେ ସକାଳ ୯ଟା ସୁଦ୍ଧା ମାତ୍ର ୭.୮୦ ପ୍ରତିଶତ ଭୋଟ୍ ପଡ଼ିଥିବାବେଳେ ଦିନ ସାଢ଼େ ୧ଟା ସୁଦ୍ଧା ୪୫.୩୨ ପ୍ରତିଶତ ଓ ସନ୍ଧ୍ୟା ୫ଟା ସୁଦ୍ଧା ୬୮.୪୦% ଭୋଟ୍ ପଡ଼ିଥିବା ଜଣାପଡ଼ିଛି।

ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି ଯେ, ଇଭିଏମ୍ ମେସିନରେ ତ୍ରୁଟି ଯୋଗୁ ନିର୍ବାଚନମଣ୍ଡଳୀର ୩ଟି ବୁଥ ଯଥା ୨୦୩, ୧୭୭ ଓ ୧୩୯(କ)ରେ ପ୍ରାୟ ୨ଘ । ବିଳମ୍ବରେ ମତଦାନ ଆରମ୍ଭ ହୋଇଥିଲା। ପରେ ଦିନ ୧୦ଟା ସୁଦ୍ଧା ଆଉ ୭ଟି ବୁଥରେ ଇଭିଏମରେ ତ୍ରୁଟି ପରିଲକ୍ଷିତ ହୋଇଥିଲା। ଏସବୁ ବୁଥ୍ ଗୁଡ଼ିକ ହେଲା ୧୮୮,୧୭୩, ୧୬୯, ୧୬୭, ୧୬୧, ୧୫୮ ଓ ୧୫୪ ନମ୍ବର । ନିର୍ବାଚନ ରିଟର୍ଣ୍ଣିଂ ଅଧିକାରୀ ତଥା ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଥିଲେ ଯେ, ଏସବୁ ସ୍ଥାନକୁ ବଳକା ଥିବା ଇଭିଏମ୍ ମେସିନ୍ ଯୋଗାଇ ଦିଆଯାଇଛି ଓ ତ୍ରୁଟିପୂର୍ଣ୍ଣ ଇଭିଏମକୁ ସଜଡ଼ା ଅବା ପରିବ ର୍ନ କରାଯାଇ ମତଦାନ ହୋଇଛି।

ସୂଚନାଯୋଗ୍ୟ, ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କର ଗତବର୍ଷ ମୃତ୍ୟୁ ଯୋଗୁ ଏହି ଆସନରେ ଉପନିର୍ବାଚନ ହୋଇଛି। ନିର୍ବାଚନ ମଇଦାନରେ ୧୦ଜଣ ପ୍ରାର୍ଥୀ ଥିଲେ ମଧ୍ୟ ବିଜେଡି ଓ ବିଜେପି ମଧ୍ୟରେ ମୁଖ୍ୟତଃ ଲଢ଼େଇ ହୋଇଛି। ଚଳିତଥର କୋଭିଡ୍ କଟକଣା ମଧ୍ୟରେ ଭୋଟଗ୍ରହଣ ଶେଷ ହୋଇଛି। ମତଦାନ କେନ୍ଦ୍ରରେ ଭୋଟରଙ୍କ ସୁରକ୍ଷା ପାଇଁ ମାସ୍କ, ସାନିଟାଇଜର, ଗ୍ଲୋବସ୍ ଆଦି ପ୍ରଦାନ କରାଯାଇଥିଲା। କାଭାଁ ଗୋଟିଏ ଅବା ଦୁଇଟି ସ୍ଥାନକୁ ଛାଡ଼ିଲେ ଆଜି ମତଦାନ ଶାନ୍ତିପୂର୍ଣ୍ଣ ଭାବେ ଶେଷ ହୋଇଛି। ଶେଷଖବର ସୁଦ୍ଧା ପିପିଲିରେ ମତଦାନ ହାର ପ୍ରାୟ ୭୧ ପ୍ରତିଶତ ରହିଛି । ତେବେ ଆସନ୍ତାକାଲି ଏହାର ସଠିକ୍ ତଥ୍ୟ ମିଳିପାରିବ ବୋଲି ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।

ଏହାସହ ଗତକାଲି ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ମାଛୁ‌ଆ ଅଞ୍ଚଳରେ ଅବକାରୀ ବିଭାଗ ଚଢ଼ଉ କରି ୧୫୩ ଗ୍ରାମ ବ୍ରାଉନ ସୁଗର ଜବତ କରିବା ସହ ଜଣଙ୍କୁ ଗିରଫ କରିଥିଲା। ଜବତ ବ୍ରାଉନ ସୁଗରର ଆନୁମାନିକ ମୂଲ୍ୟ ୧୫ ଲକ୍ଷ ଟଙ୍କା ହେବ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top