Latest
ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ
ଭୁବନେଶ୍ୱର , (ଓଡ଼ିଶା ୱେୟାର): ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ଆଜି ମଧ୍ୟ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
କେନ୍ଦୁଝର, ମୟୂରଭଂଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଗଜପତି, ଗଂଜାମ, କନ୍ଧମାଳ ଜିଲ୍ଲାରେ କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାସହ ଘଡ଼ଘଡ଼ି ସହ ବଜ୍ରପାତ ନେଇ ଆଜି ସକାଳ ସାଢ଼େ ୮ଟା ପର୍ୟ୍ୟନ୍ତ ୧୧ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।