Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

୨୬ରୁ ୨୮ ପର୍ଯ୍ୟନ୍ତ ଓଡ଼ିଶାରେ ବର୍ଷିବ!

ଭୁବନେଶ୍ୱର ଓଡ଼ିଶା ୱେୟାର) : ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଧିକାଂଶ ସ୍ଥାନରେ ବର୍ଷା ହେବ। ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ଏହାର ପ୍ରଭାବ ପଡ଼ିଛି। କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ଏନେଇ ସୂଚନା ଦେଇଛନ୍ତି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର।
ଆଇଏମ୍‌ଡି ଡିଜିଙ୍କ କହିଛନ୍ତି, “ମିଆଁମାର ଓ ଏହାର ନିକଟସ୍ଥ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବୁଧବାର ସୃଷ୍ଟି ହୋଇଥିଲା ଏକ ଘୂର୍ଣ୍ଣିବଳୟ। ତାହା ଏବେ ସେହି ସ୍ଥାନରେ କେନ୍ଦ୍ରୀଭୂତ ଅଛି। ଏହା ଧୀରେ ଧୀରେ ଉତ୍ତର-ପଶ୍ଚିମ ଦିଗକୁ ଗତିକରି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ତା’ ନିକଟସ୍ଥ ଉତ୍ତର ବଙ୍ଗୋପସାଗରେ ୨୫ ତାରିଖରେ କେନ୍ଦ୍ରୀଭୂତ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ। ଏହି ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବ। ତେଣୁ ଏହାର ପ୍ରଭାବରେ ଓଡ଼ିଶାରେ ୨୬ ତାରିଖରୁ ବର୍ଷା ଆରମ୍ଭ ହେବ। ୨୬ ଓ ୨୭ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ଅଧିକ ବର୍ଷା ହେବ। ଆଉ କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ଅର୍ଥାତ ୭ ସେଣ୍ଟିମିଟରରୁ ୧୨ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ୨୮ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବ। ଧୀରେ ଧୀରେ ବର୍ଷାର ପରିମାଣ କମିବ। ବିଶେଷକରି ବେଶୀ ବର୍ଷା ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ହେବାର ସମ୍ଭାବନା ରହିଛି।”
ଓଡ଼ିଶାକୁ ଆଉ ଏକ ବାତ୍ୟା ଆସୁଥିବା ନେଇ ସୋଶାଲ୍‌ ମିଡ଼ିଆରେ ଚର୍ଚ୍ଚା ନେଇ ଶ୍ରୀ ମହାପାତ୍ର କହିଛନ୍ତି-“ବର୍ତ୍ତମାନର ସ୍ଥିତିକୁ ଦେଖିଲେ ବଙ୍ଗୋପସାଗର ଓ ନିକଟସ୍ଥ ସାଉଥ୍‌ ଚାଇନା ସି’ରେ ମୌସୁମୀ ସକ୍ରିୟ ହୋଇଥିବାରୁ ଗୋଟିଏ ପରେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହେଉଛି। ୨୮ ତାରିଖ ପରେ ଓଡ଼ିଶାରେ କୌଣସି ଲଘୁଚାପ ଓ ବାତ୍ୟା ସୃଷ୍ଟି ନେଇ ତଥ୍ୟ ନାହିଁ।”
ସେ ଆହୁରି କହିଛନ୍ତି- “ଗତକାଲି ଝାଡ଼ଖଣ୍ଡ ଉପରେ ଥିବା ଲଘୁଚାପ କ୍ଷେତ୍ରଟି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତିକରି ଦୁର୍ବଳ ହୋଇଯାଇଛି। ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷା ହେବାର ନାହିଁ। କିନ୍ତୁ ଉତ୍ତର ଛତିଶଗଡ଼ରେ ଏହାର ପ୍ରଭାବରେ ଆଜି ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।”

Click to comment

Leave a Reply

Your email address will not be published. Required fields are marked *

Most Popular

To Top