Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ପଦ୍ମ ଧରିଲେ କୈଳାଶ କୁଲେସିକା

ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇଛନ୍ତି କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ କୈଳାଶ ଚନ୍ଦ୍ର କୁଲେସିକା। ଗତକାଲି ରାତିରେ ସେ ଭାରତୀୟ ଜନତା ପାର୍ଟିରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ଅନ୍ୟ ବିଜେପିର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ କୈଳାଶ ବିଜେପିରେ ସାମିଲ୍ ହୋଇଛନ୍ତି। କୈଳାଶ ଚନ୍ଦ୍ର କୁଲେସିକାଙ୍କ ସହ ବ୍ଲକ ବିଜେଡ଼ି ସଭାପତି ପ୍ରମୋଦ ଖରା ଏବଂ ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀର ଶତାଧିକ ସମର୍ଥକ ବିଜେପିରେ ସାମିଲ ହୋଇଛନ୍ତି।

ଗତକାଲି ବିଜେଡି ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ସେଥିରେ ଲକ୍ଷ୍ମୀପୁର ବିଧାନସଭା ଆସନ ପାଇଁ ବିଜେଡି ପ୍ରଭୁ ଜାନୀଙ୍କୁ ପ୍ରାର୍ଥୀ ଘୋଷଣା କରିବା ପରେ ଦଳରୁ ଇସ୍ତଫା ଦେଇଥିଲେ କୈଳାଶ କୁଲେସିକା । ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଖକୁ ନିଜ ଇସ୍ତଫା ପତ୍ର ପଠାଇଥିଲେ । ଏଥିରେ ସେ ଉଲ୍ଲେଖ କରିଥିଲେ ଯେ, ଦଳ ତାଙ୍କ କଠିନ ପରିଶ୍ରମର ମୂଲ୍ୟ ବୁଝି ପାରିଲା ନାହିଁ । ଏହାକୁ ନେଇ ସେ ଦଳ ଛାଡିଥିବା କହିଛନ୍ତି କୁଲେସିକା । ବିଜେଡି ଛାଡ଼ିବା ପରେ ଦଳ ଉପରେ ବର୍ଷିଛନ୍ତି କୈଳାଶ କୁଲେସିକା। ସେ କହିଛନ୍ତି, ବିଜେଡ଼ି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଯେଉଁ ପ୍ରତିଶ୍ରୁତି ଦେଇଥିଲେ, ସେ ରକ୍ଷା କରିବେ ବୋଲି ମୋର ଆଶା ଥିଲା। ସେହି ଆଶା ମୋର ଧୂଳିସାତ ହୋଇଯାଇଛି। ମୋର ବିଶ୍ୱାସରେ ବିଷ ଦିଆଯାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top