Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ଚାଷୀ ପରିବାରଙ୍କ ପିଲାଙ୍କ ପାଇଁ ‘କାଳିଆ ବୃତ୍ତି’

ଭୁବନେଶ୍ୱର(ଓଡ଼ିଶା ୱେୟାର): ରାଜ୍ୟ ସରକାର ‘କାଳିଆ’ ଯୋଜନାରେ ସବୁ ବର୍ଗର ଚାଷୀଙ୍କୁ ସହାୟତା ଦେବା ପାଇଁ ୩ବର୍ଷ ମଧ୍ୟରେ ୧୦ହଜାର କୋଟି ଟଙ୍କା ବ୍ୟୟ କରିବା ନିମନ୍ତେ ଘୋଷଣା କରିବାପରେ ଆଜି ପୁଣିଥରେ ଚାଷୀଙ୍କ ନିମନ୍ତେ ଆଉ ଏକ ଲୋଭନୀୟ ଘୋଷଣା କରିଛନ୍ତି। ସରକାରୀ କଲେଜରେ ମେରିଟ୍ ଆଧାରରେ ନାଁ ଲେଖାଇଥିବା ଚାଷୀ ପରିବାରର ପିଲାଙ୍କୁ ଉଚ୍ଚଶିକ୍ଷା ପାଇଁ ‘କାଳିଆ ଛାତ୍ରବୃତ୍ତି’ ମିଳିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।
ଆଜି କେନ୍ଦୁଝରରେ ଚାଷୀ ସମାବେଶରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ତାଙ୍କ ସରକାରର କାଳିଆ ଯୋଜନାକୁ ଏବେ ସାରା ଭାରତରେ ଚାଷୀଙ୍କ କଲ୍ୟାଣ ପାଇଁ କାର୍ଯ୍ୟକାରୀ କରାଯାଉଛି ବୋଲି କହିଛନ୍ତି। ଚାଷୀଙ୍କ ଭବିଷ୍ୟତ ସେମାନଙ୍କ ପିଲାମାନଙ୍କ ଉନ୍ନତି ଉପରେ ନିର୍ଭର କରୁଛି। ଚାଷୀ ପରିବାରର ପିଲା ଡାକ୍ତର, ଇଞ୍ଜିନିୟର, ମ୍ୟାନେଜର, ଆଇନଜ୍ଞ ଆଦି ବୃତ୍ତିଧାରୀ ହୁଅନ୍ତୁ। ସେଥିପାଇଁ ଚାଷୀ ପରିବାର ନିମନ୍ତେ ‘କାଳିଆ ଛାତ୍ରବୃତ୍ତି’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏଥିରେ ମେରିଟ୍ ଆଧାରରେ ସରକାରୀ ପ୍ରଫେସନାଲ କଲେଜରେ ନାଁ ଲେଖାଇଥିବା ଚାଷୀ ପରିବାରର ପିଲାମାନଙ୍କ ଉଚ୍ଚଶିକ୍ଷା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହି ସମାବେଶରେ ମୁଖ୍ୟମନ୍ତ୍ରୀ ଜିଲ୍ଲାର ବିକାଶ ପାଇଁ ଅନେକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top