ଭୁବନେଶ୍ବର (ଓଡ଼ିଶା ୱେୟାର) : ଭୁବନେଶ୍ବର ମହାନଗର ନିଗମ ମୁଖ୍ଯ କାର୍ଯ୍ଯାଳୟରେ ପଶିଲା କରୋନା ବୁଧବାର ହୋଇଥିବା ଟେଷ୍ଟିଂରୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗୋଟିଏ ଦିନରେ ଏକାଥରକେ ୨୨ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ସଂକ୍ରମିତ ଚିହ୍ନଟ ହେବା ପରେ ବିଏମସି କାର୍ଯ୍ଯାଳୟରେ ସର୍ବସାଧାରଣଙ୍କ ପ୍ରବେଶ ଉପରେ କଟକଣା ଲଗାଯାଇଛି । ଅନ୍ଯ କର୍ମଚାରୀମାନଙ୍କର ମଧ୍ୟ କୋଭିଡ ଟେଷ୍ଟ କରାଯିବ । ବର୍ତ୍ତମାନ ରାଜ୍ଯରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୦୧୬୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୪୩୪୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୮୭୩୨ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ଯରେ ୨୬୪୦୩୬୬୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।
ଆଜିଠୁ ୩ଦିନିଆ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’
ଯୋଗଦେବେ ୨୦୦୦ ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଭୁବନେଶ୍ୱର(ଓଡ଼ିଶା ୱେୟାର): ଶିଶୁ ଦିବସ ଉପଲକ୍ଷେ ଆଜିଠୁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ...