Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ସୂଚନା ଓ ଲୋକସମ୍ପର୍କ ନିର୍ଦ୍ଦେଶକ ଦାୟିତ୍ୱ ନେଲେ କୃପାସିନ୍ଧୁ ମିଶ୍ର

ଭୁବନେଶ୍ୱର(ଓଡ଼ିଶା ୱେୟାର): କାର୍ଯ୍ୟକ୍ଷେତ୍ରରେ ଶୃଙ୍ଖଳା ଓ ଅନୁରାଗ ବଳରେ ଅଧିକାରୀମାନେ ବିଶେଷ ଦକ୍ଷ ଓ ପ୍ରତିବଦ୍ଧ ହୋଇପାରିବେ। ସେଥିପାଇଁ କର୍ମସଂସ୍କୃତି, ସମୟାନୁବର୍ତ୍ତିତା ଓ ଦାୟିତ୍ୱବୋଧ ଉପରେ ଗୁରୁତ୍ୱ ଦେଇ ବିଭାଗର ପ୍ରତିଷ୍ଠା ସୁଦୃଢ଼ କରିବା ନିମନ୍ତେ ସୂଚନା ଓ ଲୋକସଂପର୍କ ବିଭାଗର ନୂତନ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ପରାମର୍ଶ ଦେଇଛନ୍ତି।
ଆଜି ପୂର୍ବାହ୍ନରେ ଦାୟିତ୍ୱ ଗ୍ରହଣ ସମୟରେ ଶ୍ରୀ ମିଶ୍ରଙ୍କୁ ବିଭାଗୀୟ ବରିଷ୍ଠ ପଦାଧିକାରୀ ତଥା କର୍ମଚାରୀମାନେ ଲୋକସଂପର୍କ ଭବନଠାରେ ସ୍ୱାଗତ ଜଣାଇଥିଲେ। ଅପରାହ୍ନରେ ଅଧିକାରୀ ତଥା କର୍ମଚାରୀମାନଙ୍କର ଏକ ବୈଠକରେ ଅଧ୍ୟକ୍ଷତା କରି ନୂତନ ନିର୍ଦ୍ଦେଶକ ଶ୍ରୀ ମିଶ୍ର ସୂଚନା ଓ ଲୋକସଂପର୍କ ବିଭାଗର କାର୍ଯ୍ୟକ୍ରମ ସୁଦୂରପ୍ରସାରୀ ବୋଲି କହିବା ସହିତ ଅଧିକାରୀମାନେ ସ୍ୱଚ୍ଛତା, ଦକ୍ଷତା ଓ ସାଧୁତା ବଜାୟ ରଖି ଉତ୍ତମ ପ୍ରଶାସନର ସୁଫଳକୁ ଜନସାଧାରଣଙ୍କ ପାଖରେ ପହଞ୍ଚାଇବେ ବୋଲି ଆଶାପ୍ରକଟ କରିଥିଲେ। ଅନ୍ୟପକ୍ଷରେ, ଅଧିକାରୀମାନେ ବୈଷୟିକ ପ୍ରଯୁକ୍ତି ବିଦ୍ୟାର ଉପଯୋଗ, ସମନ୍ୱିତ ଆଦାନପ୍ରଦାନ ଓ ଅଭିଜ୍ଞତାର ଉପଲବ୍ଧି ଆଧାରରେ ଅଧିକ କ୍ରିୟାଶୀଳ ଓ ତତ୍ପର ହେବା ନିମନ୍ତେ ନିର୍ଦ୍ଦେଶକ ଶ୍ରୀ ମିଶ୍ର ପରାମର୍ଶ ଦେଇଛନ୍ତି।
ଲୋକସଂପର୍କ ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଅତିରିକ୍ତ ନିର୍ଦ୍ଦେଶକ ନିରଞ୍ଜନ ସେଠୀ ନୂତନ ନିର୍ଦ୍ଦେଶକଙ୍କୁ ସ୍ୱାଗତ ଜଣାଇବା ସହିତ ବିଭାଗର କାର୍ଯ୍ୟକ୍ରମ ଉପରେ ସୂଚନା ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଯୁଗ୍ମ ଶାସନ ସଚିବ ଶୁଭେନ୍ଦ୍ର କୁମାର ନାୟକ ଓ ବରିଷ୍ଠ ସୂଚନା ଅଧିକାରୀ ସୂର୍ଯ୍ୟରଞ୍ଜନ ମହାନ୍ତି ମଧ୍ୟ ବକ୍ତବ୍ୟ ରଖିଥିଲେ। ଉପନିର୍ଦ୍ଦେଶକ ବିପିନ ବିହାରୀ ବାରିକି ଧନ୍ୟବାଦ ଅର୍ପଣ କରିଥିଲେ। ଉପନିର୍ଦ୍ଦେଶକ ବରଦା ପ୍ରସନ୍ନ ଦାସ ମଧ୍ୟ ମଞ୍ଚାସୀନ ଥିଲେ। ଏହି ବୈଠକରେ ଉପଶାସନ ସଚିବ ଦୁର୍ଗା ପ୍ରସାଦ ମହାରଣା, ଉପଶାସନ ସଚିବ ଦୁର୍ଯ୍ୟୋଧନ ବେହେରାଙ୍କ ସମେତ ଅନ୍ୟାନ୍ୟ ପଦାଧିକାରୀ, ସୂଚନା ଅଧିକାରୀ ତଥା ବିଭିନ୍ନ ପ୍ରଭାଗର ମୁଖ୍ୟମାନେ ଉପସ୍ଥିତ ଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top