Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ କୁସୁମ ଟେଟେ

ଭୁବନେଶ୍ୱର(ଓଡ଼ିଶା ୱେୟାର):ପୁଣି ବିଜେଡିରୁ ଇସ୍ତଫା ଦେଲେ ସୁନ୍ଦରଗଡ଼ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ କୁସୁମ ଟେଟେ । ସେ ତାଙ୍କ ଇସ୍ତଫାପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି । ବ୍ୟକ୍ତିଗତ କାରଣରୁ ସେ ଏହି ପଦ ଛାଡ଼ୁଥିବା ତାଙ୍କ ଇସ୍ତଫାପତ୍ରରେ ଦର୍ଶାଇଛନ୍ତି । ସୂଚନାଯୋଗ୍ୟ, ଗତ ମାସରେ କଂଗ୍ରେସର ପୂର୍ବତନ ବିଧାୟକ ଯୋଗେଶ ସିଂହ ବିଜେଡିରେ ଯୋଗ ଦେବା ପୂର୍ବରୁ କୁସୁମ ଟେଟେଙ୍କୁ ସୁନ୍ଦରଗଡ଼ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ କରାଯାଇଥିଲା । ଯୋଗେଶଙ୍କ ପ୍ରବେଶକୁ କୁସୁମ ଓ ତାଙ୍କ ସମର୍ଥକ ବିରୋଧ କରୁଥିଲେ । ତେଣୁ ତାଙ୍କୁ ସନ୍ତୁଷ୍ଟ କରିବାକୁ ଏହି ପଦ ଦିଆଯାଇଥିଲା ।
ଏହି ପଦରୁ ଇସ୍ତଫା ଦେବା ପରେ କୁସୁମ କହିଛନ୍ତି ଯେ ସେ ବିଧାନସଭା ନିର୍ବାଚନ ଲଢ଼ିବାକୁ ଚାହୁଁଛନ୍ତି। ସେ ବିଧାୟକ ନ ହୋଇ ମଧ୍ୟ ତାଙ୍କ ଅଞ୍ଚଳରେ ଯେଉଁ ସବୁ କାର୍ଯ୍ୟ କରିଛନ୍ତି, ତାକୁ ଦେଖି ସ୍ଥାନୀୟ ଲୋକେ ତାଙ୍କୁ ନିର୍ବାଚନ ଲଢ଼ିବାକୁ କହୁଛନ୍ତି । ସେ ଆହୁରି କହିଛନ୍ତି ଯେ ସେ ବିଜେଡି ଛାଡ଼ି ଯିବେ ନାହିଁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟରେ ତାଙ୍କର ବିଶ୍ୱାସ ରହିଛି । ବିଜେଡି ଟିକେଟ୍‌ରେ ସେ ନିର୍ବାଚନ ଲଢ଼ିବାକୁ ଆଗ୍ରହୀ ବୋଲି କହିଛନ୍ତି । କିନ୍ତୁ ତାଙ୍କ ଠାରୁ ମିଳିଥିବା ସୂଚନା ଅନୁଯାୟୀ ବିଜେଡି ତାଙ୍କୁ ଟିକେଟ୍ ଦେବ ବୋଲି ଗ୍ରୀନ୍ ସିଗ୍‌ନାଲ୍ ପାଇଛି ।
ତେବେ ସେପଟେ ଯୋଗେଶଙ୍କ ସଂପର୍କରେ ପଚରାଯିବାରୁ କୁସୁମ କହିଛନ୍ତି ଯେ ସେ ସଂପର୍କରେ ଦଳର ସୁପ୍ରିମୋ ନିଷ୍ପତ୍ତି ନେବେ ବୋଲି ସେ କହିଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top