Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ହିମାଚଳ ପ୍ରଦେଶରେ ଭୁସ୍ଖଳନ, ପାହାଡ଼ ଧସି ୫୦ରୁ ଊର୍ଦ୍ଧ୍ବ ଲୋକ ନିଖୋଜ

ନୂଆଦିଲ୍ଲୀ: ହିମାଚଳ ପ୍ରଦେଶରେ କନୌର ଅଞ୍ଚଳରେ ଭୁସ୍ଖଳନ । ଫଳରେ ପାହାଡ଼ ଧସି ପ୍ରାୟ ୫୦ରୁ ଊର୍ଦ୍ଧ୍ବ ଲୋକ ନିଖୋଜ ହୋଇ ଯାଇଥିବା ବେଳେ ଏକାଧିକ ଯାନାବାହନ ପୋତି ହୋଇଯାଇଥିବା ଜଣାପଡ଼ିଛି । ଘଟଣା ସମ୍ପର୍କରେ ଖବର ପାଇଁ ଉଦ୍ଧାରକାରୀ ଦଳ ସେଠାରେ ପହଞ୍ଚିଥିବା ଜଣାପଡ଼ିଛି ।ଡେପୁଟି କମିଶନର ସାଦିକ ହୁସେନ ଘଟଣା ସମ୍ପର୍କରେ ସୂଚନା ପ୍ରଦାନ କରିଛନ୍ତି । ବିଧାନସଭା ଅଧିବେସନ ସମୟରେ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ମଧ୍ୟ ଘଟଣା ଉପରେ ନଜର ରଖିଛନ୍ତି । କିନୌରରେ ଏହା ମାସକ ମଧ୍ୟରେ ଦ୍ବିତୀୟ ବଡ଼ ଘଟଣା।
ତେବେ ସରକାରୀ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ବସ୍ ସହିତ ପାଞ୍ଚଟି ଛୋଟ ଗାଡି ମଧ୍ୟ ଏହି ଭୁସ୍ଖଳନରେ ଫସି ରହିଥିବା ସୂଚନା ରହିଛି । ପାହାଡ଼ ଧସିବା ପରେ ୫ ନମ୍ବର ଜାତୀୟ ରାଜପଥରେ ଯାତାୟତ ସମ୍ପୂର୍ଣ୍ଣ ଭାବେ ଠପ ହୋଇ ପଡ଼ିଛି । ବୁଧବାର ରାତି ପ୍ରାୟ ସାଢେ ୧୨ଟା ସମୟରେ ଏହି ଦୁର୍ଘଟଣା ଘଟିଛି। ହିମାଚଳ ସଡକ ପରିବହନ ନିଗମ ବସ୍ ସହିତ ଏକ ଟ୍ରକ୍ ଏବଂ ଏକ ଗାଡି ମଧ୍ୟ ପାହାଡ଼ ଅତଡ଼ା ତଳେ ପୋତି ହୋଇଥିବାର ସୂଚନା ରହିଛି।
ଦବି ରହିଥିବା ବସର ଡ୍ରାଇଭର ଓ କଣ୍ଡକ୍ଟରମାନେ ସାହାଯ୍ୟ ମାଗୁଥିବାର ଦେଖିବାକୁ ମିଳିଛି । ସେପଟେ ବଡ଼ ବଡ଼ ପାହାଡ଼ ଓ ପଥର ଖସିଥିବାରୁ ଉଦ୍ଧାର କାର୍ଯ୍ୟରେ ବାଧା ସୃଷ୍ଟି ହୋଇଛି। ତେବେ ଏହି ବାଧା ମଧ୍ୟରେ ଉଦ୍ଧାରକାରୀ ଦଳ ଉଦ୍ଧାର କାର୍ଯ୍ୟକୁ ଜାରି ରଖିଥିବା ଜଣାପଡ଼ିଛି । କନୌର ବିଧାୟକମାନେ କହିଛନ୍ତି କି ଆଇଟିବିପିର ଯବାନମାନେ ଫସିରହିଥିବା ଗାଡ଼ି ଚାଳକ ଓ ଯାତ୍ରୀମାନଙ୍କୁ ଉଦ୍ଧାର କରିଛନ୍ତି । ସେହିପରି ଦବି ଥିବା ବସରୁ ଯାତ୍ରୀମାନଙ୍କୁ ଉଦ୍ଧାର କରାଯାଉଥିବା ଦେଖିବାକୁ ମିଳିଛି ।
ସେପଟେ ଉଦ୍ଧାର କାର୍ଯ୍ୟର ତଦାରଖ କରିଛନ୍ତି ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର । ସେ କହିଛନ୍ତି କି ପୁଲିସ ଓ ସ୍ଥାନୀୟ ପ୍ରଶାସନକୁ ଉଦ୍ଧାର କାର୍ଯ୍ୟରେ ନିୟୋଜିତ କରିଛି । ଏନଡିଆରଏଫ ଟିମ ମଧ୍ୟ ଆର୍ଲଟରେ ରହିଛନ୍ତି । ଆମକୁ ମିଳିଥିବା ସୂଚନା ମୁତାବକ ଉକ୍ତ ଭୁସ୍ଖଳନରେ ଗୋଟିଏ ସରକାରୀ ବସ ଓ କାର ଦବି ରହିଛି ବୋଲି ସେ କହିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top