Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ଓକିଲ ଆନ୍ଦୋଳନ : ଆସନ୍ତାକାଲି ସାଧାରଣ ପରିଷଦ ବୈଠକ

କଟକ/ଭୁବନେଶ୍ୱର:୨ମାସରୁ ଅଧିକ ଦିନ ଧରି ଚାଲିଥିବା ଓକିଲ ଆନ୍ଦୋଳନର ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ ପାଇଁ ଆସନ୍ତାକାଲି ଓଡ଼ିଶା ବାର ଆସୋସିଏନର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହେବ।ଏହାସହିତ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଆସନ୍ତାକାଲି ପର୍ଯ୍ୟନ୍ତ ଜାରି ରଖିବାକୁ ନିଷ୍ପତି ହୋଇଛି।
ହାଇକୋର୍ଟ ବାର ଆସୋସିଏନର ସଭାପତି ଶ୍ରୀକାନ୍ତ କୁମାର ନାୟକ ଏ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ଓକିଲ ଆନ୍ଦୋଳନରୁ ଗୋଟିଏ ଗୋଷ୍ଠୀ ଓହରିଯିବା ଓ ହାଇକୋର୍ଟ ପରିସରରେ ଯେଉଁ ଗଣ୍ଡଗୋଳ ପରିସ୍ଥିତି ସୃଷ୍ଟି ହେଲା ତାହା ଉପରେ ଆଲୋଚନା ପାଇଁ ଆଜି ହାଇକୋର୍ଟ ବାର ପରିସରରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।ଏହି ବୈଠକରେ ରାଜ୍ୟର ୭୫ଟି ବାରର ପ୍ରତିନିଧିମାନେ ଯୋଗ ଦେଇଥିଲେ।ବୈଠକରେ ବହୁ ସମୟ ଧରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି।ଆସନ୍ତାକାଲି ଏସବୁ ପ୍ରସଙ୍ଗକୁ ସାଧାରଣ ପରିଷଦ ବୈଠକରେ ଉପସ୍ଥାପନ କରାଯିବ।ସେଠାରେ ଯାହା ନିଷ୍ପତି ହେବ ତାକୁ ସମସ୍ତ ବାର ଗ୍ରହଣ କରିବେ ବୋଲି ମତ ଦେଇଛନ୍ତି।ଆସନ୍ତାକାଲି ପର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରହିବ।
ଅନ୍ୟପକ୍ଷରେ ମିଳିଥିବା ସୂଚନା ଅନୁସାରେ ବିଜେଡି ଆଇନ ସାମ୍ମୁଖ୍ୟର ୪ଜଣ ଓକିଲଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ଆଜି ଆଲୋଚନା ହୋଇଥିଲେ ମଧ୍ୟ କୌଣସି ସହମତି ହୋଇପାରିନି।ଏହି ପ୍ରସଙ୍ଗରେ ହାଇକୋର୍ଟ ବାର ଆସୋସିଏସନ ଯାହା ନିଷ୍ପତି ନେବ ସେଥିରେ ଅନ୍ୟ ବାରଗୁଡ଼ିକ ସହମତ ହେବେ ବୋଲି କହିଥିଲେ।ଆସନ୍ତାକାଲି ଅପରାହ୍ନ ୨ଟାରେ ସାଧାରଣ ପରିଷଦ ବୈଠକ ବସିବ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top