Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

୧୫ରୁ ଝଡ଼-ବର୍ଷା,ଚାଷୀଙ୍କ ପାଇଁ ପରାମର୍ଶ ଜାରି

ଭୁବନେଶ୍ୱର (ଓଡ଼ିଶା ୱେୟାର): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ତିନି ଦିନ ବର୍ଷା ଜାରି ରହିବ । ଏହା ସହିତ ଏହି ସମୟରେ ସମୁଦ୍ର ମଧ୍ୟ ଅଶାନ୍ତ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଓଡିଶାରେ କେତେକ ଅଂଚଳରେ ଆସନ୍ତା ଡିସେମ୍ବର୧୫ ତାରିଖରେ ଝଡ, ବର୍ଷା ହେବାର ସମ୍ବାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛନ୍ତି ।ବାତ୍ୟା ଲାଗି ସଜାଗ ରହିବା ସହ ଆପତ୍ତକାଳୀନ ଫସଲ ଯୋଜନା ଗ୍ରହଣ କରିବା ପାଇଁ ଚାଷୀମାନଙ୍କୁ ପରାମର୍ଶ ଦିଆଯାଇଛି । ସମସ୍ତ ଜିଲ୍ଲାପାଳମାନଙ୍କୁ ସଜାଗ ରହିବା ସହ ତୁରନ୍ତ କାର‌୍ୟ୍ୟନୁଷ୍ଠାନ ଲାଗି ସଜାଗ ରଖାଯାଇଛି । ଚାଷୀମାନଙ୍କୁ ସଜାଗ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । କଟାଯାଇଥିବା ଧାନକୁ ତୁରନ୍ତ କାଟି ନେଇ ସୁର କ୍ଷିତ ସ୍ଥାନରେ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଥିସହ ମଣ୍ଡିରେ ପଡିରହିଥିବା ଧାନକୁ ଘୋଡାଇ ସୁରକ୍ଷା ରଖିବାକୁ ମଧ୍ୟ କୁହାଯାଇଛି । କେବେଳ ଧାନ ନୁହେଁ ଧାନ ସମେତ ଡାଲି ଜାତୀୟ ଫସଲ ଯଥା ମୁଗ, ବିରି, ବୁଟ, ମଟର ଓ କୋଳଥକୁ ପାଣି ନିଷ୍କାସନ କରିବାକୁ ବାଟ କରିବାକୁ କୁହାଯାଇଛି । ଏଥିସହ ପନିପରିବା ଲାଗିଥିବା ବିଲରେ ପାଣି କଟିବାକୁ ବାଟ କରିବା ସହ ଫଲକୋବି, ବନ୍ଧାକୋବି ଓ ଟମାଟର ଆଦି ତୋଳ ସଂଗହିତ ସ୍ଥାନରେ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top