ଭୁବନେଶ୍ୱର: ଆଇଏଏସ୍ ସ୍ତରରେ ଛୋଟ ଧରଣର ଅଦଳବଦଳ ହେଇଛି। ରାଜ୍ୟପାଳଙ୍କ ପ୍ରମୁଖ ସଚିବ ସି.ଜେ.ବେଣୁଗୋପାଳଙ୍କୁ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗର ପ୍ରମୁଖ ସଚିବ ଭାବେ ବଦଳି କରାଯାଇଛି। ବେଣୁଗୋପାଳଙ୍କ ସ୍ଥାନରେ ପରିବହନ କମିଶନର ତଥା ୧୯୯୧ ବ୍ୟାଚ୍ ଆଇଏଏସ୍ ମଧୁସୂଦନ ପାଢ଼ୀଙ୍କୁ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତି ମିଳିଛି। ଏବେ ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ସଚିବ ଏ.କେ.କେ.ମୀନା ଆଇଟି ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଉଛନ୍ତି। ସେହିପରି ବାଣିଜ୍ୟକର କମିଶନର ତଥା ୧୯୯୬ ବ୍ୟାଚ୍ ଆଇଏଏସ୍ ଶାଶ୍ୱତ ମିଶ୍ରଙ୍କୁ ପରିବହନ କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବାକୁ କୁହାଯାଇଛି। ସୂଚନାଯୋଗ୍ୟ, ରାଜ୍ୟପାଳଙ୍କ ବିମାନ ଖର୍ଚ୍ଚକୁ ନେଇ ବିବାଦ ଯୋଗୁ ସି.ଜେ. ବେଣୁଗୋପାଳଙ୍କୁ ସ୍ଥାନାନ୍ତର କରାଯାଇଥିବା ଚର୍ଚ୍ଚା ହେଉଛି।
ଆଇଏଏସ୍ ସୁଜାତାଙ୍କ ଛୁଟି ଆବେଦନ ଅଗ୍ରାହ୍ୟ, ଆଉ ୬ମାସ ଛୁଟି ମାଗିଥିଲେ
ଭୁବନେଶ୍ୱର(ଓଡ଼ିଶା ୱେୟାର): ୨୦୦୦ ବ୍ୟାଚ୍ ଆଇଏଏସ୍ ସୁଜାତା କାର୍ତ୍ତିକେୟନ ରାଉତଙ୍କୁ ଶକ୍ତ ଝଟକା । ବିଜେଡିର ନିର୍ବାଚନୀ ବିପର୍ଯ୍ୟୟ ପରେ ମେ’ ୩୧ରୁ ୬ମାସ ଛୁଟିରେ ଯାଇଥିବା...