Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ନଦୀଭିତ୍ତିକ ବନ୍ଦର ପ୍ରତିଷ୍ଠା : ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମହାକାଳପଡ଼ାବାସୀ

ଭୁବନେଶ୍ୱର : ରାଜ୍ୟର ପ୍ରଥମ ନଦୀଭିତିକ ବନ୍ଦରକୁ ମହାକାଳପଡ଼ାର ଆଖଡ଼ାସାହିରେ ନିର୍ମାଣ ପାଇଁ ରାଜ୍ୟ ସରକାର ନିଷ୍ପତି ନେଇଥିବାରୁ ସେଥିପାଇଁ ମହାକାଳପଡ଼ାବାସୀଙ୍କ ତରଫରୁ ଏକ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି । ଆଜି ପୂର୍ବାହ୍ଣରେ ପୂର୍ବତନ ମନ୍ତ୍ରୀ ତଥା ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚୀ ନାୟକଙ୍କ ନେତୃତ୍ୱରେ ୫୦୦ରୁ ଊଦ୍ଧ୍ୱର୍ ଏକ ପ୍ରତିନିଧି ଦଳ ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି କୃତଜ୍ଞତା ଜ୍ଞାପନ କରିଥିଲେ।
ବିଧାୟକ ଶ୍ରୀ ନାୟକଙ୍କ ସମେତ ମାର୍ଶାଘାଇ ବ୍ଲକ ଅଧ୍ୟକ୍ଷା ସୀତାଲତା ପରିଡ଼ା, ମହାକାଳପଡ଼ା ବ୍ଲକ ଅଧ୍ୟକ୍ଷା ସସ୍ମିତା ବରାଳ, ଡେରାବିଶ ବ୍ଲକ ଅଧ୍ୟକ୍ଷ ସରୋଜ ସାହୁ, ଜିଲ୍ଲା ପରିଷଦ ସଭ୍ୟ ପ୍ରଦୀପ୍ତ ଗାହାଣ, ନଳିନୀପ୍ରଭା ଚୌଧୁରୀ, କବିତା ମଲ୍ଲିକ, ଜିଲ୍ଲା କାର୍ଯ୍ୟକାରୀ ସଭାପତି ଦୁର୍ଗାଶିଷ ମହାନ୍ତି, ଜିଲ୍ଲା ଯୁବ ବିଜେଡି ସଭାପତି ରାଜେଶ ପଣ୍ଡା, ଛାତ୍ର ବିଜେଡି ରାଜ୍ୟ କର୍ମକର୍ତ୍ତା ରାକେଶ ମହାପାତ୍ର, ମାର୍ଶାଘାଇ ବ୍ଲକ ଉପାଧ୍ୟକ୍ଷା ମମତା ପ୍ରଧାନ, ମହାକାଳପଡ଼ା ବ୍ଲକ ଆତ୍ମା ଅଧ୍ୟକ୍ଷ ଅଶୋକ ମହାପାତ୍ର, ମାର୍ଶାଘାଇ ବ୍ଲକ ସଭାପତି ସଂଜୟ କୁମାର ଲେଙ୍କା, ବରିଷ୍ଠ ନେତା ପ୍ରଫୁଲ୍ଲ କୁମାର ଦାସଙ୍କ ସମେତ ବହୁ କର୍ମକର୍ତ୍ତା ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ ଯେ ଗତ ୨୮ ତାରିଖରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ କ୍ଲିୟରିଂ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।ନିଷ୍ପତ୍ତି ଅନୁଯାୟୀ ବନ୍ଦର ପାଇଁ ପ୍ରଥମ ପର୍ଯ୍ୟାୟରେ ୨୧୧୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ଜାନୁଆରୀ ୨୦୧୯ ସୁଦ୍ଧା ଏହି କାର୍ଯ୍ୟ ଆରମ୍ଭ ହେବ।ପିପିପି ମୋଡ୍‍ରେ ହେବାକୁ ଥିବା ଏହି ବନ୍ଦରରେ ୪ ହଜାରରୁ ଅଧିକ ବ୍ୟକ୍ତିଙ୍କ ଲାଗି ନିଯୁକ୍ତିର ସୁଯୋଗ ରହିଥିବା ସୂଚନା ମିଳିଛି।ଏହି ବନ୍ଦର ପ୍ରତିଷ୍ଠା ହେଲେ ମହାକାଳପଡ଼ା ସମେତ ସମଗ୍ର କେନ୍ଦ୍ରାପଡ଼ା ଜିଲ୍ଲାରେ ଅନେକ ଉନ୍ନତି ସାଧିତ ହେବ ବୋଲି ବିଧାୟକ ଶ୍ରୀ ନାୟକ ସୂଚନା ଦେଇଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top